ଆଜି ପ୍ରଥମାଷ୍ଟମୀ, ପୋଢୁଆଁ ହେବେ ବଡ଼ ଠାକୁର

Prathmastami 2024: ଆଜି ପ୍ରଥମାଷ୍ଟମୀ, ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର । ଆଜି ମାର୍ଗଶିର କୃଷ୍ଣ ଅଷ୍ଟମୀ ତିଥିରେ ପୁରପଲ୍ଲୀରେ ପାଳିତ ହେଉଛି ପ୍ରଥମାଷ୍ଟମୀ । ସେହିପରି ଆଜି ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର । ମହାପ୍ରଭୁଙ୍କ ମାମୁଁ ଘର କଟକ ନିଆଳିରୁ ଆସିଛି ପୋଢୁଆଁ ଭାର ।

ମଧ୍ୟାହ୍ନ ଧୂପ ପରେ ପ୍ରଥମାଷ୍ଟମୀ ନୀତି ବଢିବ । ଆଜି ଶ୍ରୀବିଗ୍ରହଙ୍କୁ ନୂଆଲୁଗା ଲାଗିକରାଯିବା ସହ ଛେଦାପ୍ରସାଦ ଭୋଗ କରାଯିବ । ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ ବା ମାର୍ଗଶିର କୃଷ୍ଣ ଅଷ୍ଟମୀ ତିଥି ଦିନ ଶ୍ରୀମନ୍ଦିରରେ ଭୋଗ ମଣ୍ଡପ ସରିବା ମହାପ୍ରଭୁଙ୍କର ମହାସ୍ନାନ ନୀତି କରାଯାଇଥାଏ ।

Prathmastami 2024

ପ୍ରଥମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି କରାଯିବ । ବ୍ଳକର ମାଧବାନନ୍ଦ ଜିଉଙ୍କ ପୀଠରୁ ପାଟ ବସ୍ତ୍ର, ପିଠା ପାଇଁ ବିରି, ନଡିଆ, ଗୁଡ, ଛେନା, କଦଳୀ, ସହିତ ବିଭିନ୍ନ ପ୍ରକାରର ଫୁଲ ଫଳ ଭାର ଗତକାଲି ଶ୍ରୀକ୍ଷେତ୍ର ପହଞ୍ଚିଥିଲା।

ଗତ ୬ବର୍ଷ ହେଲା ମାଧବନନ୍ଦଜିଉ ବିକାଶ ପରିଷଦ, ସ୍ଥାନୀୟ ଅଞ୍ଚଳର ଶ୍ରଦ୍ଧାଳୁ ଓ ଜଗନ୍ନାଥପ୍ରେମୀ ମନରେ ବୁଡିଯାଉଥିବଉା ପରମ୍ପରାକୁ ପୂର୍ଣ୍ଣ ପ୍ରଚଳନ ଉଦ୍ୟମ ଆରମ୍ବ କରି ଶ୍ରୀଜିଉମାନଙ୍କ ଅଙ୍ଗଲାଗି ଖଣ୍ଡୁଆ ବସ୍ତ୍ର, ଅରୁଆ ଚାଉଳ, ବିରି, ନଡିଆ, ଗୁଡ, ଡାଲି, ପାଚିଲା କଦଳୀ, ଘିଅ, ଚନ୍ଦନ କାଠ, ପାନ, ଗୁଆ, ଅଳେଇଚ, ଲବଙ୍ଗ ଓ ଗୋପାଳବଲ୍ଲବ ପାଇଁ ବିଭିନ୍ନ ଫଳମୂଳ, ତୁଳସୀ, ପଦ୍ମଫୁଲ ମାଳ ନେଇ ଯାଉଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+