ଆଜି ପ୍ରଥମାଷ୍ଟମୀ,ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର
ଆଜି ପ୍ରଥମାଷ୍ଟମୀ,ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର
ପୁରୀ: ଆଜି ମାର୍ଗଶିର କୃଷ୍ଣ ଅଷ୍ଟମୀ ତିଥିରେ ପୁରପଲ୍ଲୀରେ ପାଳିତ ହେଉଛି ପ୍ରଥମାଷ୍ଟମୀ । ସେହିପରି ଆଜି ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର । ମହାପ୍ରଭୁଙ୍କ ମାମୁଁ ଘର କଟକ ନିଆଳିରୁ ଆସିଛି ପୋଢୁଆଁ ଭାର । ମଧ୍ୟାହ୍ନ ଧୂପ ପରେ ପ୍ରଥମାଷ୍ଟମୀ ନୀତି ବଢିବ । ଆଜି ଶ୍ରୀବିଗ୍ରହଙ୍କୁ ନୂଆଲୁଗା ଲାଗିକରାଯିବା ସହ ଛେଦାପ୍ରସାଦ ଭୋଗ କରାଯିବ । ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ ବା ମାର୍ଗଶିର କୃଷ୍ଣ ଅଷ୍ଟମୀ ତିଥି ଦିନ ଶ୍ରୀମନ୍ଦିରରେ ଭୋଗ ମଣ୍ଡପ ସରିବା ମହାପ୍ରଭୁଙ୍କର ମହାସ୍ନାନ ନୀତି କରାଯାଇଥାଏ ।

ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂଆଲୁଗା ଲାଗି କରିବେ । ପୂଜାପଣ୍ଡା, ପତିମହାପାତ୍ର, ମୁଦିରସ୍ତ ସେବକ ଘଟୁଆରୀ ଚନ୍ଦନ ଘରଠାରୁ ଚନ୍ଦନ ବିଜେ କରାଇ ଆଣି ତିନି ବାଡରେ ଲାଗି କରିବେ । ତତ୍ପରେ ବେଶ ଓ ଅଳଙ୍କାରରେ ବିମଣ୍ଡିତ ହୋଇ କର୍ପୂର ଲାଗି ପରେ ପୁଷ୍ପାଳକମାନେ ସିଂହାସନରୁ ଓହ୍ଲାଇବେ । ମଧ୍ୟାହ୍ନ ଧୂପ ଉଠିସାରିବା ପରେ ତିନି ବାଡରେ ମଙ୍ଗଳାର୍ପଣ ନୀତି ହେବା ସହ ଫୁଲୁପୁରିଆ ଖଦି ଓ ଛେଦା ପ୍ରସାଦ ଲାଗି ହୋଇ ବନ୍ଦାପନା କରାଯିବ । ନୂଆ ବସ୍ତ୍ର, ତୁଳସୀ ପତ୍ର ଠାରୁ ଆରମ୍ଭ କରି ନୈବେଦ୍ୟ କରିବେ ସେବାୟତ । ଗତକାଲି ନିଆଳିସ୍ଥିତ ମାମୁ ଘର ମାଧବାନନ୍ଦଜିଉଙ୍କ ପୀଠରୁ ଶ୍ରୀକ୍ଷେତ୍ର ଆସିଥିଲା ପଢୁଆଁ ଭାର ।












Click it and Unblock the Notifications