ଓଡିଶାରେ ପ୍ରଥମ ଥର ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ, ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Odisha News: ଓଡିଶାରେ ପ୍ରଥମ ଥର ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ । ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ତିନି ଦିନ ଧରି ଅନୁଷ୍ଠିତ ହେବ । ଏହାକୁ ଅତ୍ୟନ୍ତ ଆକର୍ଷଣୀୟ ଓ ସଫଳ ଭାବେ ପାଳନ କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ।

ସମୀକ୍ଷାରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୩ ମସିହାରୁ ଆରମ୍ଭ ହୋଇଥିବା ଏହି ପ୍ରବାସୀ ଭାରତୀୟ ଦିବସ ପ୍ରଥମ ଥର ପାଇଁ ଓଡିଶାରେ ଅନୁଷ୍ଠିତ ହେଉଛି। ବିଶ୍ବ ଦରବାରରେ ଓଡିଶାକୁ ପ୍ରତିଷ୍ଠିତ କରିବା ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରଧାନମନ୍ତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମ ଉପରେ ଅତ୍ୟନ୍ତ ଗୁରୁତ୍ବ ଆରୋପ କରୁଛନ୍ତି। ତେଣୁ ଏହାକୁ ଅତ୍ୟନ୍ତ ଆକର୍ଷଣୀୟ ଓ ତ୍ରୁଟିଶୂନ୍ୟ ଭାବେ ଆୟୋଜିତ କରି ସମଗ୍ର ବିଶ୍ବ ଦରବାରରେ ଓଡିଶାର ଭାବମୂର୍ତ୍ତୀକୁ ଉଜ୍ଜଳ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

Odisha News

ବିଶେଷକରି ସହରର ସ୍ବଚ୍ଛତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ଭୁବନେଶ୍ବରର ସ୍ବଚ୍ଛତା ଅନ୍ତର୍ଜାତୀୟ ସ୍ତରର ହେବା ଆବଶ୍ୟକ ବୋଲି ସେ କହିଥିଲେ । ଏଥିପାଇଁ ଭୁବନେଶ୍ବରରେ ସ୍ବତନ୍ତ୍ର ସ୍ବଚ୍ଛତା ଅଭିଯାନ କରିବାକୁ ସେ ପରାମର୍ଶ ଦେଇଥିଲେ । ଏହା ସହିତ ଏହି ଉତ୍ସବ ସହିତ ସ୍ଥାନୀୟ ଲୋକଙ୍କୁ ସଂଶ୍ଲିଷ୍ଟ କରିବା ପାଇଁ ମଧ୍ୟ ସେ କହିଥିଲେ ।

ସମୀକ୍ଷାରୁ ଜଣାଯାଇଛି ଯେ ପ୍ରଥମ ଦିନ ଜାନୁଆରୀ ୮ ତାରିଖରେ ବୈଦେଶିକ ବ୍ୟାପାର ମନ୍ତ୍ରୀ, ଦ୍ବିତୀୟ ଦିନ ଜାନୁଆରୀ ୯ ତାରିଖରେ ପ୍ରଧାନମନ୍ତ୍ରୀ ଓ ଶେଷ ଦିନ ଜାନୁଆରୀ ୧୦ ତାରିଖରେ ରାଷ୍ଟ୍ରପତି ଏଥିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

Odisha News

କାର୍ଯ୍ୟକ୍ରମରେ 'Unraveling India's Best Kept Secret' ଏବଂ 'Odisha - the Land of Opportunities' ଆଦି ବିଷୟ ଉପରେ Plenary Session ଅନୁଷ୍ଠିତ ହେବ। ଏହା ସହିତ ଓଡିଶାର ଐତିହାସିକ ଗୌରବ, କଳା, ଭାସ୍କର୍ଯ୍ୟ, ସଂଗୀତ, ନୃତ୍ୟ, ଆଦିବାସୀ ସଂସ୍କୃତି, ଭାଷା, ସାହିତ୍ୟ, ପର୍ଯ୍ୟଟନ ସ୍ଥାନ ଆଦି ବିଭିନ୍ନ ବିଷୟ ଉପରେ ଡିଜିଟାଲ ଓ ଅନ୍ୟାନ୍ୟ ମାଧ୍ୟମରେ ଉପସ୍ଥାପନ କରାଯିବ। ୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ଓଡିଶାର ଭିଜନକୁ ମଧ୍ୟ ପ୍ରଦର୍ଶନ କରାଯିବ।

ଏହି ସମୟରେ ଭୁବନେଶ୍ବରରେ ପ୍ରାୟ ୧୦ଟି ମହୋତ୍ସବ ଆୟୋଜିତ ହେବ। ଏହିସବୁ ଉତ୍ସବ ଗୁଡିକ ହେଉଛି - ରାଜାରାଣୀ ମ୍ୟୁଜିକ ଫେଷ୍ଟିଭାଲ ( ଜାନୁଆରୀ ୭-୧୧), ମୁକ୍ତେଶ୍ବର ଡ୍ୟାନ୍‌ସ ଫେଷ୍ଟିଭାଲ (ଜାନୁଆରୀ ୭-୧୧), ଇଣ୍ଟରନ୍ୟାସନାଲ ଓଡିଶୀ ଡ୍ୟାନ୍‌ସ ଫେଷ୍ଟିଭାଲ (ଜାନୁଆରୀ ୭-୧୧), ଆଦିବାସୀ ନୃତ୍ୟ ଓ ଲୋକକଳା ଫେଷ୍ଟିଭାଲ (ଜାନୁଆରୀ ୭-୧୧), ଆଦିବାସୀ ମେଳା (ଜାନୁଆରୀ ୫-୧୫), ଚିଲିକା ବାର୍ଡ ଫେଷ୍ଟିଭାଲ (ଜାନୁଆରୀ ୬-୧୨), ଫ୍ଲାୱାର ସୋ (ଜାନୁଆରୀ ୭-୧୧), ଫୁଡ୍‌ ଫେଷ୍ଟ (ଜାନୁଆରୀ ୮-୧୦) ଓ ନାଇଟ୍‌ ଫ୍ଲି ମାର୍କେଟ (ଜାନୁଆରୀ ୮-୧୦)।

ଏହି କାର୍ଯ୍ୟକ୍ରମ ପାଇଁ ଭୁବନେଶ୍ବରର ସମସ୍ତ ରାସ୍ତାଘାଟର ନବୀକରଣ, ଆଲୋକୀକରଣ, ଆକର୍ଷଣୀୟ ସାଜସଜ୍ଜା ସହିତ ଅତିଥି ମାନଙ୍କ ପାଇଁ ହୋଟେଲ ବୁକିଂ ଆଦି ଜାରି ରହିଛି । ପର୍ଯ୍ୟଟନ ସ୍ଥାନ ଗୁଡିକର ସୌନ୍ଦର୍ଯ୍ୟକରଣ କରାଯାଉଛି। ଭୁବନେଶ୍ବର, ପୁରୀ, କୋଣାର୍କ, ଯାଜପୁର ଆଦି ବିଭିନ୍ନ ସହରରେ ୨୮ଟି ପର୍ଯ୍ୟଟନ ସ୍ଥଳୀକୁ ଅତିଥି ମାନଙ୍କୁ ନେବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରାୟ ୭୫୦୦ ଡେଲିଗେଟ୍‌ ଯୋଗ ଦେବାର ସମ୍ଭାବନା ରହିଛି । ଅତିଥି ମାନଙ୍କ ପାଇଁ ୩୭୦୦ରୁ ଅଧିକ ରୁମ୍‌ ବୁକିଂ କରାଯାଇଥିବା ବେଳେ, କେତେକ ସ୍ଥାନରେ ହୋମ୍‌ ଷ୍ଟେ ର ବ୍ୟବସ୍ଥା ମଧ୍ୟ କରାଯାଇଛି।

ଏହି ବୈଠକରେ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା, ନଗର ଉନ୍ନୟନ ଓ ଗୃହ ନିର୍ମାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ. ବି. ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+