ପ୍ରବାସୀ ଭାରତୀୟ ଦିବସ ପାଇଁ ୩୫୦୦ ପଞ୍ଜୀକରଣ

ପ୍ରବାସୀ ଭାରତୀୟ ଦିବସ ପାଇଁ ୩୫୦୦ ପଞ୍ଜୀକରଣ ସରିଲାଣି । ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ପ୍ରବାସୀ ଭାରତୀୟ ଭଲ ଅନୁଭୂତି ନେଇ ଯିବାର ବ୍ୟବସ୍ଥା ହୋଇଛ । ପର୍ଯ୍ୟଟନର ବିକାଶ ପାଇଁ ଏହା ସୁଯୋଗ- ମୁଖ୍ୟ ଶାସନ ସଚିବ । କାର୍ଯ୍ୟକ୍ରମ ଦ୍ବାରା ପର୍ଯ୍ୟଟନ, ଶିଳ୍ପ ଉଦ୍ୟୋଗ, କଳାର ବିକାଶ ହେବ ।-ବିଶ୍ବ ସ୍ତରରେ ଓଡ଼ିଶାର ପ୍ରଚାର ହେବ କହିଲେ ମୁଖ୍ୟ ସଚିବ ।

pravasi bharatiya diwas

ପ୍ରବାସୀ ଭାରତୀୟ ଦିବସ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବୈଦେଶିକ ମନ୍ତ୍ରାଳୟ ସହଯୋଗରେ ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି କରୁଛନ୍ତି ।

କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସମେତ ପ୍ରାୟ ୫ ହଜାର ପ୍ରବାସୀ ଭାରତୀୟ ସାମିଲ ହେବେ । ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ।

ପ୍ରଧାନମନ୍ତ୍ରୀ ଜାନୁଆରୀ ୮ ତାରିଖ ସନ୍ଧ୍ୟା ୭ରେ ବିଶାଖାପାଟଣା ବିମାନବନ୍ଦରରୁ ବାହାରି ଭୁବନେଶ୍ୱରର ବିମାନ ବନ୍ଦରରେ ଅବତରଣ କରିବେ । ରାତ୍ର ୮.୧୫ରେ ରାଜଭବନରେ ପହଞ୍ଚି ସେଠାରେ ରାତ୍ରିଯାପନ କରିବେ । ଏହା ପରଦିନ ୯ ତାରିଖରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେବେ । ଏହାପରେ ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗଦାନ ପରେ ପୂର୍ବାହ୍ନ ୧୧.୫୫ରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମୈଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହେବ । ଉଦଘାଟନୀ ସମାରୋହରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଯୋଗଦେବେ । ଜାନୁଆରୀ ୯ ତାରିଖରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିପରି ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଜାନୁଆରୀ ୧୦ ତାରିଖରେ ଉଦଯାପନୀ ଅଧିବେଶନରେ ଯୋଗଦାନ କରିବେ । ଏନେଇ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଶନିବାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ।

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ଭଲ ଭାବେ ଆୟୋଜନ କରାଯିବା ନେଇ ମୁଖ୍ୟ ଶାସନ ସଚିବ ସମସ୍ତ ପ୍ରସ୍ତୁତି କରିବାକୁ ଗୁରୁତ୍ୱାରୋପ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+