Pravasi Bharatiya Diwas: ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ପାଇଁ ଖୋଲିଲା କଣ୍ଟ୍ରୋଲ ରୁମ୍‌

ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ପାଇଁ ଖୋଲିଲା କଣ୍ଟ୍ରୋଲ ରୁମ୍‌। ଗୃହ ବିଭାଗରେ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ । ଜାନୁଆରୀ ୨ରୁ ୧୧ ତାରିଖ ଯାଏଁ ଖୋଲା ରହିବ କଣ୍ଟ୍ରୋଲ ରୁମ୍‌। ଟେଲିଫୋନ ନଂ- ୦୬୭୪-୨୩୯୦୪୧୧, ୦୬୭୪-୨୩୯୦୮୧୧ ।

ବ୍ରହ୍ମପୁରରେ ପହଞ୍ଚିଲା ଡବଲ ଡେକର । ମହାରାଷ୍ଟ୍ରରୁ ଆସିଥିବା ଡବଲ ଡେକର ବସ୍‌ ପହଞ୍ଚିଲା। ଭୁବନେଶ୍ବରରୁ ପୁରୀକୁ ଗଡ଼ିବ ଏହି ବସ୍‌ । ପ୍ରବାସୀ ଭାରତୀୟ ଦିବସ ପାଇଁ ରାଜଧାନୀ ସଜେଇ ହେଉଥିବା ବେଳେ ଗ୍ରାଉଣ୍ଡକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର । ଖାଲଖମା ରାସ୍ତା ଓ ହମ୍ପସକୁ ନେଇ ମନ୍ତ୍ରୀ ଅସନ୍ତୋଷ ଜାହିର କରିଛନ୍ତି । ଏଥିସହ ତୁରନ୍ତ କାମ ସାରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ମହାରାଷ୍ଟ୍ରରୁ ୫ଟି ଇଲେକ୍ଟ୍ରି ଡବଲ ଡେକର ଓଡ଼ିଶା ଅଭିମୁଖେ ବାହାରିଛି । ଗତ ୨୮ ତାରିଖରେ ଦୁଇଟି ବସ୍‌ ବାହାରିଥିବା ବେଳେ ସେଥିରୁ ଗୋଟିଏ ବସ୍‌ ଆଜି ବ୍ରହ୍ମପୁରରେ ପହଞ୍ଚିଛି। ବ୍ରହ୍ମପୁରରେ କିଛି ସମୟର ରହଣି ପରେ ତାହା ଭୁବନେଶ୍ୱର ଅଭିମୁଖେ ବାହାରିଛି । ଏହାପରେ ଗତ ୩୧ ତାରିଖରେ ଗୋଟିଏ ଓ ଗତ ୧ ତାରିଖରେ ଆଉ ଦୁଇଟି ବସ୍‌ ଓଡ଼ିଶା ଅଭିମୁଖେ ବାହାରି ସାରିଛି।

ଏହି ବସ୍‌ ସର୍ବ ଭାରତରେ ପ୍ରଥମ ବୋଲି ଜଣାଯାଇଛି। ଥରେ ବିଦ୍ୟୁତ୍‌ ସଂଯୋଗ କଲେ ଏହା ପ୍ରାୟ ୨୫୦ରୁ ୩ଶହ କିମି ପର୍ଯ୍ୟନ୍ତ ଯାଇ ପାରିବ । ବସ୍‌ଟି ୫୫ ସିଟ୍‌ ବିଶିଷ୍ଟ ହୋଇଥିବା ବେଳେ ଏହାର ବେଗ ୪୫ କିମି ରହିଛି। ଏହା ଶୀତତାପ ନିୟନ୍ତ୍ରୀତ ବସ୍‌ ହୋଇଥିବା ବେଳେ ତାହା ସବୁବେଳେ ସିସିଟିଭି ନଜରରେ ରହିବ । ଏଥିସହ ଏହାର ସିଟ୍‌କୁ ବି ଯାତ୍ରୀଙ୍କ ନିମନ୍ତେ ଆରାମଦାୟକ କରାଯାଇଛି।

କଟକରୁ ଭୁବନେଶ୍ୱର ମଧ୍ୟରେ ୨ଟି ଡବଲ୍ ଡେକର୍ ବସ୍ ଓ ଭୁବନେଶ୍ୱରରୁ ପୁରୀ ମଧ୍ୟରେ ଅନ୍ୟ ୨ଟି ବସ୍ ଚଳାଇବା ପାଇଁ ଯୋଜନା କରିଛି କ୍ରୁଟ୍ । ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି ଡବଲ ଡେକର ବସ୍ ଚାଲିବାକୁ ଥିବରୁ ଏହାକୁ ନେଇ ରାଜଧାନୀବାସିନ୍ଦାଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+