PRE BUDGET: ପ୍ରାକ-ବଜେଟ ପରାମର୍ଶ ବୈଠକରେ ୮ଟି ଦାବି ରଖିଲା ଓଡ଼ିଶା

ରାଜସ୍ଥାନର ଜୈସଲମେରରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ପ୍ରାକ-ବଜେଟ ପରାମର୍ଶ ବୈଠକ ଅନୁଷ୍ଠିତ ହୋଇଛି । ଆଗାମୀ କେନ୍ଦ୍ର ବଜେଟ ୨୦୨୫-୨୬ ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ ନେବାକୁ ଏହି ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇ ଓଡ଼ିଶା ଅର୍ଥନୀତି, ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ 8ଟି ଦାବି ରଖିଛନ୍ତି ।

  • ୧. ଭିତ୍ତିଭୂମି ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ପୁଞ୍ଜି ନିବେଶ ନିମନ୍ତେ ସ୍ୱତନ୍ତ୍ର ସହାୟତା ଯୋଜନା ୨୦୨୫-୨୬ (SACI) ଅଧୀନରେ ରାଜ୍ୟକୁ ଅଧିକ ଆବଣ୍ଟନ।
  • ୨. ଓଡିଶାରେ ସହରୀକରଣ ପାଇଁ କେନ୍ଦ୍ର ସରକାରଙ୍କ ସହାୟତା।
  • ୩. ଦକ୍ଷିଣ ଏବଂ ପଶ୍ଚିମ ଓଡିଶାରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଯଥାକ୍ରମେ ଗୋପାଳପୁର (ଲୁଣ ଖଳା) ଏବଂ ଝାରସୁଗୁଡା ପାଇଁ ନୂତନ ଇଣ୍ଡଷ୍ଟ୍ରିଆଲ୍ ଟାଉନସିପ୍ ପାଇଁ ପ୍ରସ୍ତାବ।
  • ୪. ଓଡିଶାରେ ନିବେଶ ପ୍ରୋତ୍ସାହନ ପାଇଁ ଏକ ଉପଯୁକ୍ତ ପରିବେଶ ସୃଷ୍ଟି ନିମନ୍ତେ ବିଶେଷ ସହାୟତା।
  • ୫. ଓଡିଶାରେ ପର୍ଯ୍ୟଟନର ବିକାଶ ପାଇଁ ୧୦,୦୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ ବ୍ୟବସ୍ଥା।
  • ୬. ଆସନ୍ତା ଗ୍ରୀଷ୍ମ ପୂର୍ବରୁ ଲକ୍ଷ୍ୟ ଧାର୍ଯ୍ୟ ପ୍ରକଳ୍ପ ସମାପ୍ତ କରିବା ଏବଂ ସମସ୍ତ ପ୍ରକଳ୍ପର ଅଗ୍ରଗତିକୁ ତ୍ୱରାନ୍ୱିତ କରିବା ପାଇଁ ଜଳ ଜୀବନ ମିଶନ ଅଧୀନରେ ପର୍ଯ୍ୟାପ୍ତ ବଜେଟ୍ ବ୍ୟବସ୍ଥା।
  • ୭. ଓଡ଼ିଶାର ବାସୀଙ୍କର ନୂତନ ସରକାର ଠାରୁ ଉଚ୍ଚ ଆଶା ପୂରଣ ଦିଗରେ ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ଭିତ୍ତିଭୂମିରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା।
  • ୮. ଆକାଂକ୍ଷୀ ବ୍ଲକ୍ କାର୍ଯ୍ୟକ୍ରମ ଅନ୍ତର୍ଗତ ପୂର୍ବରୁ ଅନୁମୋଦିତ ୨୯ଟି ବ୍ଲକ୍ ବ୍ୟତୀତ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର ଅନ୍ୟ ୧୧ଟି ଅତିରିକ୍ତ ବ୍ଲକ୍ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରସ୍ତାବ।
PRE BUDGET
ସେହିପରି ଓଡିଶାରେ ନିବେଶ ପ୍ରୋତ୍ସାହନ ପାଇଁ ଏକ ଉପଯୁକ୍ତ ପରିବେଶ ସୃଷ୍ଟି ନିମନ୍ତେ କେନ୍ଦ୍ର ସରକାରଙ୍କ ବିଶେଷ ସହାୟତା ଆବଶ୍ୟକ ରହିଛି । ଓଡିଶାରେ ପର୍ଯ୍ୟଟନର ବିକାଶ ପାଇଁ ୧୦,୦୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ ବ୍ୟବସ୍ଥା କରାଯିବା ଦରକାର । ଆସନ୍ତା ଗ୍ରୀଷ୍ମ ପୂର୍ବରୁ ଲକ୍ଷ୍ୟ ଧାର୍ଯ୍ୟ ପ୍ରକଳ୍ପ ସମାପ୍ତ କରିବା ଏବଂ ସମସ୍ତ ପ୍ରକଳ୍ପର ଅଗ୍ରଗତିକୁ ତ୍ୱରାନ୍ୱିତ କରିବା ପାଇଁ ଜଳ ଜୀବନ ମିଶନ ଅଧୀନରେ ପର୍ଯ୍ୟାପ୍ତ ବଜେଟ୍ ବ୍ୟବସ୍ଥା କରିବାର ଆବଶ୍ୟକତା ରହିଛି । ଓଡ଼ିଶାର ଲୋକଙ୍କର ନୂତନ ସରକାର ଠାରୁ ଉଚ୍ଚ ଆଶା ରହିଛି । ଏହାକୁ ପୂରଣ କରିବା ଦିଗରେ ସ୍ୱାସ୍ଥ୍ୟ ସେବା, ଶିକ୍ଷା ଏବଂ ଭିତ୍ତିଭୂମିରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ପର୍ଯ୍ୟାପ୍ତ ଆର୍ଥିକ ବ୍ୟବସ୍ଥା ଦରକାର । ଆସ୍ପିରେସନନାଲ ବ୍ଲକ ପ୍ରୋଗ୍ରାମ ଅନ୍ତର୍ଗତ ପୂର୍ବରୁ ଅନୁମୋଦିତ ୨୯ଟି ବ୍ଲକ୍ ବ୍ୟତୀତ ମୟୂରଭଞ୍ଜ ଏବଂ କେନ୍ଦୁଝରର ଜିଲ୍ଲାର ଅନ୍ୟ ୧୧ ଟି ଅତିରିକ୍ତ ବ୍ଲକ୍ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+