ମହା ଶିବରାତ୍ରୀ ଲାଗି ଧବଳେଶ୍ୱରରେ ପ୍ରସ୍ତୁତି: ଅସ୍ଥାୟୀ ରାସ୍ତା ଦେଇ ଦର୍ଶନ ପାଇଁ ଯିବେ ଶ୍ରଦ୍ଧାଳୁ
ଆସନ୍ତାକାଲି ମହା ଶିବରାତ୍ରୀ ବା ଜାଗର । ଜାଗର ପାଇଁ ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରଙ୍କ ମନ୍ଦିରରେ ବ୍ୟାପକ ବ୍ୟାବସ୍ଥା କରାଯାଇଛି ।

କଟକ: ଆସନ୍ତାକାଲି ମହା ଶିବରାତ୍ରୀ ବା ଜାଗର । ଚଳଚଞ୍ଚଳ ହୋଇ ଉଠିଛି ରାଜ୍ୟର ବିଭିନ୍ନ ଶୈବପୀଠ । ଏଥିପାଇଁ ରାଜ୍ୟର ସମସ୍ତ ଶୈବ ପୀଠ ଗୁଡିକରେ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି । ତେବେ ଜାଗର ପାଇଁ ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରଙ୍କ ମନ୍ଦିରରେ ବ୍ୟାପକ ବ୍ୟାବସ୍ଥା କରାଯାଇଛି ।
ଆସନ୍ତାକାଲି ବାବାଙ୍କ ପୀଠରେ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି । ତେଣୁ ଶୃଂଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟାବସ୍ଥା କରାଯାଇଛି । ଏଥର ଜାଗରରେ ଝୁଲାପୋଲ କି ଡଙ୍ଗା ଯୋଗେ ନୁହେଁ ମହାନଦୀ ଭିତରେ ନିର୍ମାଣ ହୋଇଥିବା ଅସ୍ଥାୟୀ ରାସ୍ତା ଦେଇ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ପୂଜକ ସମିତି ପକ୍ଷରୁ ସ୍ୱତନ୍ତ୍ର ନୀତିକାନ୍ତି କରାଯାଇ ରାତି ସାଢ଼େ ୧୨ଟୁ ୧ଟା ମଧ୍ୟରେ ଉଠିବ ମହାଦୀପ । ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନଜରରେ ରଖି ପୀଠରେ ବ୍ୟାରିକେଡ ସହ ସିସିଟିଭି ବ୍ୟବସ୍ଥା କରାଯିବ ।
ସେହିପରି ବାବା ଶ୍ରୀଲିଙ୍ଗରାଜଙ୍କ ନୀତି ଚୂଡାନ୍ତ ମଧ୍ୟ ହୋଇ ସାରିଛି । ରାତି ୧୦ ଟାରେ ଉଠିବ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କର ମହାଦୀପ । ଚଳିତ ଥର ଭୋର୍ ୩ଟାରୁ ମନ୍ଦିର ଦ୍ୱାର ଖୋଲା ଯାଇ ଶ୍ରୀ ଲିଙ୍ଗରାଜଙ୍କର ନୀତିକାନ୍ତି ଆରମ୍ଭ କରାଯିବ । ପରେ ଭୋର୍ ୪ଟା ୫ ମଧ୍ୟରେ ସେବାୟତଙ୍କ ପରିବାର ଉତ୍ତର ଦ୍ୱାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରି ଦର୍ଶନ କରିବେ । ପରେ ଶ୍ରଦ୍ଧାଳୁମାନେ ମଧ୍ୟ ଏହି ଦ୍ୱାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ।
ଜାଗର ସମୟରେ ଲିଙ୍ଗରାଜ ମନ୍ଦିରରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥାଏ । କେବଳ ଓଡିଶାରୁ ନୁହେଁ ଦେଶ ବାହାରୁ ଭକ୍ତଙ୍କ ସମାଗମ ହେବ । ଭଗବାନଙ୍କ ସାନିଧ୍ୟ ପାଇଁ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି ଭକ୍ତ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଏଥିପାଇଁ ୩୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications