ଜଷ୍ଟିସ ଅରିନ୍ଦମ ସିହ୍ନା ଓଡ଼ିଶା ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

କଟକ : ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଅରିନ୍ଦମ ସିହ୍ନା । ଚଳିତ ମାସ ୧୯ରେ ଅବସର ନେଉଛନ୍ତି ବର୍ତ୍ତମାନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ଫଳରେ ତାଙ୍କ ସ୍ଥାନରେ ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି ।

ବର୍ତ୍ତମାନର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଚଳିତମାସ ୧୯ତାରିଖରେ ଚାକିରିରୁ ଅବସର ନେବେ । ଆସନ୍ତା ଜାନୁୟାରୀ ୨୦ତାରିଖରୁ ଜଷ୍ଟିସ ଅରିନ୍ଦମ ସିହ୍ନା ଓଡ଼ିଶା ହାଇକୋର୍ଟର କାମଚଳା ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିବେ । ୧୯୬୫ ସେପ୍ଟେମ୍ବର ୨୨ରେ ଜନ୍ମିତ ଜଷ୍ଟିସ ସିହ୍ନା ୧୯୯୧ ମସିହା ମାର୍ଚ୍ଚ ମାସରେ ଓକିଲ ଭାବେ ପଞ୍ଜିକୃତ ହୋଇଥିଲେ । କୋଲାକାତା ହାଇକୋର୍ଟରେ ପ୍ରାୟ ୨୨ବର୍ଷ ଧରି ପ୍ରାକ୍ଟିସ କରିବା ପରେ ତାଙ୍କୁ ୨୦୧୩ ଅକ୍ଟୋବର ୩୦ତାରିଖରେ ଅତିରିକ୍ତ ଜଜ୍ ଭାବେ ନିଯୁକ୍ତି ମିଳିଥିଲା ।

odisha high court

୨୦୧୬ ମାର୍ଚ୍ଚ ୧୪ରେ ସେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ୨୦୨୧ ଅକ୍ଟୋବର ୮ତାରିଖରେ ସେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ । ୨୦୨୧ ଅକ୍ଟୋବର ୮ରେ ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରି ସେବେଠାରୁ କାର୍ଯ୍ୟ କରି ଆସୁଛନ୍ତି ସିହ୍ନା । ଓଡିଶାରେ ଅନେକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରିଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+