ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ
ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ସେଠାରେ ଅନେକ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି । ରାଇରଙ୍ଗପୁର ମହୁଲଡିହା ସ୍ଥିତ ଅବକାଶ ଗୃହ ଉଦ୍ଘାଟନ କରିବା ସହ ସେଠାରେ ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ବିଭାଗ ପରିଚାଳିତ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିଦର୍ଶନ କରି ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ। ପରେ ବୈଦପୁରଠାରେ ଏକ କ୍ରୀଡ଼ା କମ୍ପ୍ଲେକ୍ସ ଉଦ୍ଘାଟନ କରିବେ। ଅପରାହ୍ଣରେ ରାଷ୍ଟ୍ରପତି ରାଇରଙ୍ଗପୁରଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିବା କାର୍ଯ୍ୟକ୍ରମ ରହିଛି।

୫ତାରିଖ ସକାଳେ ରାଇରଙ୍ଗପୁର ଜଗନ୍ନାଥ ମନ୍ଦିରଠାରେ ବିଶେଷ କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ଣରେ ଶିମିଳିପାଳ ଗସ୍ତ କରିବେ। ୬ତାରିଖ ସକାଳେ ସେଠାରେ ମହିଳା ଏବଂ ଆଦିବାସୀ ଗୋଷ୍ଠୀର ଯୁବବର୍ଗଙ୍କ ସହିତ ବାର୍ତ୍ତା ବିନିମୟ କରିବେ। ଅପରାହ୍ଣରେ ଭୁବନେଶ୍ୱରରେ ପହଞ୍ଚି ରାଜ୍ୟ ସରକାର ଏବଂ ଗ୍ଲୋବାଲ ଫିନାନ୍ସ ଟେକ୍ନୋଲୋଜି ନେଟ୍ୱର୍କର ମିଳିତ ଆୟୋଜନରେ ଅନୁଷ୍ଠିତ 'ବ୍ଲାକ୍ ସ୍ୱାନ୍ ସମ୍ମିଳନୀ ଇଣ୍ଡିଆ' କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଷ୍ଟ୍ରପତି ୭ତାରିଖ ସକାଳୁ ଭୁବନେଶ୍ୱର ବିମାନ ବନ୍ଦରରୁ ଛତିଶଗଡ଼ ଅଭିମୁଖେ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି।
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ






Click it and Unblock the Notifications