ରମାଦେବୀ ବିଶ୍ୱବିଦ୍ୟାଳୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରମାଦେବୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତମ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଅଛନ୍ତି ।

ଆସନ୍ତାକାଲି ସକାଳେ ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ କରିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପରେ କଟକ ନ୍ୟାସନାଲ୍ ରାଇସ୍ ରିସର୍ଚ୍ଚ ସେଣ୍ଟର ଇନଷ୍ଟିଚ୍ୟୁଟରେ ଅନୁଷ୍ଠିତ ହେବାକୁ ଥିବା ଦ୍ୱିତୀୟ ଇଣ୍ତିଆ ରାଇସ୍ କଂଗ୍ରେସକୁ ଉଦଘାଟନ କରିବେ । ଏହା ପରେ ସେଠାରୁ ସିଧା ଭୁବନେଶ୍ୱର ବିମାନବନ୍ଦରରେ ପହଁଞ୍ଚି ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ।
ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତକୁ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଟ୍ୱିନ୍ ସିଟିରେ ମୋଟ୍ ୬୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି । ବ୍ଲୁ-ବୁକ୍ ଅନୁସାରେ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷା ଦାୟିତ୍ୱରେ ୧୪ ଜଣ ଅତିରିକ୍ତ ଡିସିପି, ୩୫ ଜଣ ଏସିପି ଏବଂ ୪୭ ଜଣ ଇନସପେକ୍ଟର ନିୟୋଜିତ ହୋଇଛନ୍ତି । ସେହିପରି ୧୮୮ ଏସଆଇ ଏବଂ ୫୦ ହୋମଗାର୍ଡ ମଧ୍ୟ ସୁରକ୍ଷା ଦାୟିତ୍ୱରେ ରହିଛନ୍ତି ।












Click it and Unblock the Notifications