Get Updates
Get notified of breaking news, exclusive insights, and must-see stories!

ଦିଗପହଣ୍ଡି ବସ୍ ଦୁର୍ଘଟଣା : ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ

ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଟ୍ୱିଟ୍ କରି ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଶୋକ ପ୍ରକାଶ କରି ରାଷ୍ଟ୍ରପତି ଲେଖିଛନ୍ତି, "ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।"

President Draupadi Murmu

ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି, ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାର ପ୍ରତି ସମବେଦନା । ମୃତକଙ୍କ ପରିବାରକୁ 2 ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଏବଂ ଆହତଙ୍କୁ 50 ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ । ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ । ଏହା ସହିତ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ। ।

ଦୁର୍ଘଟଣାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ନିଜର ଶୋକବାର୍ତ୍ତାରେ କହିଛନ୍ତି, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତାହତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ମହାପ୍ରଭୁ ଶୋକସନ୍ତପ୍ତ ପରିବାରଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।

ଏହା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସହାୟତା ରାଶି ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ 3 ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା ଘୋଷଣା କରିଛନ୍ତି । ଏହାଛଡ଼ା ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ପ୍ରଦାନ ଲାଗି ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଉଲ୍ଲେଖଥାଉକି, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଦୁଇ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଲରେ 12 ଜଣଙ୍କର ମୃତ୍ୟୁ ହୋଇଛି । 8 ଜଣ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ 4 ଜଣ ମହିଳା ଓ 2 ଶିଶୁ ଅଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+