ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତିରେ ଶୁଭେଚ୍ଛା ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପଣା ସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ' । ଦେଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ଦେଇଥାଏ' । ଏହି ଅବସରରେ ସମସ୍ତଙ୍କର ସୁଖସମୃଦ୍ଧି କାମନା କଲେ ରାଷ୍ଟ୍ରପତି ।

President Draupadi Murmu

ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ। ଓଡିଆ ପରମ୍ପରା ଅନୁଯାୟୀ ଆଜିଠାରୁ ନୂତନ ବର୍ଷ ଆରମ୍ଭ ହେବ। ଆଜି ଠାରୁ ଶ୍ରୀମନ୍ଦିର ପ୍ରଚଳନ ହେବ ନୂଆ ପାଞ୍ଜି। ଦୋଳ ପୂର୍ଣ୍ଣିମାରେ ଦୋଳ ଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜିକୁ ଶ୍ରୀମନ୍ଦିରରେ ପ୍ରଚଳନ କରାଯିବ। ଏଥିସହ ମହାବୀର ଜୟନ୍ତୀ ପାଇଁ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତି ରହିଛି। ଆଜି ମହାପ୍ରଭୁ ଙ୍କ ସକାଳ ଧୂପ ନୀତି ସରିବା ପରେ ଦକ୍ଷିଣ ଘରୁ ଶ୍ରୀ ହନୁମାନଙ୍କୁ ରତ୍ନ ସିଂହାସନକୁ ଅଣାଯାଇ ଆଜ୍ଞାମାଳ ପ୍ରଦାନ କରାଯିବ। ଏହା ପରେ ବିମାନରେ ଶ୍ରୀ ହନୁମାନଙ୍କୁ ଜଗନ୍ନାଥ ବଲ୍ଲଭ ନିଆଯାଇ ଆଳତୀ ବନ୍ଦାପନା କରାଯିବ। ସେପଟେ ଶ୍ରୀକ୍ଷେତ୍ରର ଜାଗା ଆଖଡାରେ ପରମ୍ପରାକୁ ରକ୍ଷା କରିବା ପାଇଁ ମହାବୀରଙ୍କ ଜନ୍ମନୀତି ପୂଜାର୍ଚ୍ଚନା ପରେ ପଣା ଏବଂ ଛତୁଆ ଭୋଗ କରାଯିବ। ଆଜିର ପବିତ୍ର ଦିନକୁ ନେଇ ପ୍ରତି ଓଡିଆ ଘର ଚଳଚଞ୍ଚଳ ହୋଇପଡିଛି। ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+