ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ; ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଳବଣିଆ ହେଲିପ୍ୟାଡ୍ରେ ତାଙ୍କ ବିମାନ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ ରାତ୍ରିଯାପନ କରିବେ। ବୁଧବାର ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବେ। ପିଣ୍ଡଦାନ ପରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ମଙ୍ଗଳବାର ଯାଜପୁର ଅଭିମୁଖେ ଗସ୍ତ କରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଯାଜପୁର ପ୍ରଶାସନିକ ପଡ଼ିଆଠାରେ ଅବତରଣ କରି ସେଠାରୁ ସିଧା ମା' ବିରଜାଙ୍କ ଦର୍ଶନ କରିଛନ୍ତି। ମୁଣ୍ଡରେ ଓଢଣା ଦେଇ ସମ୍ପୂର୍ଣ୍ଣ ପାରମ୍ପରିକ ଓଡ଼ିଆ ଢଙ୍ଗରେ ସେ ମା'ଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ। ଏହାପରେ ନାଭିଗୟାଠାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିଥିଲେ। ମା' ବିରଜାଙ୍କୁ ଦର୍ଶନ ପରେ ମନ୍ଦିର ପରିକ୍ରମା କରୁଥିବାର ଦେଖାଯାଇଥିଲା। ଯାଜପୁର ଗସ୍ତ ସମୟରେ ରାଷ୍ଟ୍ରପତିଙ୍କୁ ଶାନ୍ତିର ପ୍ରତୀକ ବୁଦ୍ଧ ମୂର୍ତ୍ତି ଉପହାର ଭେଟି ଦିଆଯାଇଥିଲା। ତାଙ୍କୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଜମିଥିଲା।
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ






Click it and Unblock the Notifications