ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷା ବ୍ୟବସ୍ଥା କଡାକଡି

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଆସୁଛନ୍ତି ।

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଆସୁଛନ୍ତି । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରୀଙ୍କୁ ପିଏଚଡ୍‌ଡି ଡିଗ୍ରୀ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି । ୧୧ରେ ଲିଙ୍ଗରାଜଙ୍କ ଦର୍ଶନ କରି କଟକ ସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଇଣ୍ଡିଆନ ରାଇସ କଂଗ୍ରେସକୁ ରାଷ୍ଟ୍ରପତି ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

President Draupadi Murmu

ତେବେ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ପୋଲିସ DG, ପୋଲିସ କମିଶନର, ଗୁଇନ୍ଦା ନିର୍ଦ୍ଦେଶକ, ଆଇନ ଶୃଙ୍ଖଳା ADG ପ୍ରମୁଖ ଉପସ୍ଥିତ ଥିଲେ । ବ୍ଲୁ ବୁକ ଅନୁଯାୟୀ ହୋଇଛି ସୁରକ୍ଷା ବ୍ୟବସ୍ଥା । ଭୁବନେଶ୍ୱର ଏୟାରପୋର୍ଟରୁ ଆରମ୍ଭ କରି ଉତ୍କଳ ମଣ୍ଡପ ଓ ରମାଦେବୀ ବିଶ୍ୱବିଦ୍ୟାଳୟ କଡ଼ା ସୁରକ୍ଷା ବଳୟରେ ରହିବ । ସୁରକ୍ଷା ନେଇ ଆଲୋଚନା ହୋଇଥିବା ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+