For Quick Alerts
Turn On Notification  
For Daily Alerts
Oneindia App Download

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯିବେ

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯିବେ

|

ଭୁବନେଶ୍ୱର: ଆସନ୍ତା ୧୦ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ୧୦ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହିଁଚିବା ନେଇ ସୂଚନା ରହିଛି । ଏହାପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯିବେ । ଯେଉଁଠି ଦିନ ୧୦ .୩୦ରୁ ୧୧ଟା ୩୦ ମଧ୍ୟରେ ଶ୍ରୀଜୀଉଙ୍କ ଦର୍ଶନ କରିବେ। ସେ ଗର୍ଭଗୃହକୁ ଯାଇ ଠାକୁରଙ୍କ ପୂଜାର୍ଚ୍ଚନା କରିବେ । ପରେ ମହାପ୍ରସାଦ ସେବନ ବରିବେ । ଏଥିପାଇଁ ସାଧାରଣ ଦର୍ଶନ ବ୍ୟବସ୍ଥା ଦିନ ପ୍ରାୟ ସାଢ଼େ ୧୦ଟାରୁ ବନ୍ଦ କରି ଦିଆଯିବ । ରାଷ୍ଟ୍ରପତିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ପଦକ୍ଷେପ ନିଆଯିବ । ସିଂହଦ୍ଵାର ନିକଟରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ରାଷ୍ଟ୍ରପତିଙ୍କ ଗସ୍ତ ଓ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ଏକ ବୈଠକ । ବୈଠକରେ ସେବାୟତଙ୍କ ସହଯୋଗ କାମନା କରା ଯାଇଛି ।

Draupadi Murmu

ସେହିପରି ଗସ୍ତର ଦ୍ୱିତୀୟ ଦିନରେ ରାଷ୍ଟ୍ରପତି ଖଣ୍ତଗିରିସ୍ଥିତ ତପୋବନ ବିଦ୍ୟାଳୟ, ୟୁନିଟ-୨ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ କୁନ୍ତଳା କୁମାରୀ ସାବତ ଆଦିବାସୀ ଛାତ୍ରୀ ନିବାସ ପରିଦର୍ଶନ କରିବା ନେଇ ସୂଚନା ରହିଛି । ପରେ ଜୟଦେବ ଭବନରେ ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦଙ୍କ ଦ୍ୱାରା ପ୍ରସ୍ତୁତ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକ , ବିଜ୍ଞାନ ଓ ବୈଷୟିକ ଜ୍ଞାନ ଭାଷାକୋଷ କମିସନଙ୍କ ଦ୍ୱାରା ପ୍ରସ୍ତୁତ ଓଡ଼ିଆ ବୈଷୟିକ ଭାଷାକୋଷ ଏବଂ ବିବିଧ ଭାରତୀୟ ଭାଷାରେ ଜ୍ଞାନ ପୋର୍ଟାଲ୍ 'ଇ-କୁମ୍ଭ' ଉନ୍ମୋଚନ କରିବା ନେଇ ସୂଚନା ରହିଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
President Draupadi Murmu is visiting Odisha on the 10th
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X