ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯିବେ

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯିବେ

ଭୁବନେଶ୍ୱର: ଆସନ୍ତା ୧୦ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ୧୦ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହିଁଚିବା ନେଇ ସୂଚନା ରହିଛି । ଏହାପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯିବେ । ଯେଉଁଠି ଦିନ ୧୦ .୩୦ରୁ ୧୧ଟା ୩୦ ମଧ୍ୟରେ ଶ୍ରୀଜୀଉଙ୍କ ଦର୍ଶନ କରିବେ। ସେ ଗର୍ଭଗୃହକୁ ଯାଇ ଠାକୁରଙ୍କ ପୂଜାର୍ଚ୍ଚନା କରିବେ । ପରେ ମହାପ୍ରସାଦ ସେବନ ବରିବେ । ଏଥିପାଇଁ ସାଧାରଣ ଦର୍ଶନ ବ୍ୟବସ୍ଥା ଦିନ ପ୍ରାୟ ସାଢ଼େ ୧୦ଟାରୁ ବନ୍ଦ କରି ଦିଆଯିବ । ରାଷ୍ଟ୍ରପତିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ପଦକ୍ଷେପ ନିଆଯିବ । ସିଂହଦ୍ଵାର ନିକଟରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ରାଷ୍ଟ୍ରପତିଙ୍କ ଗସ୍ତ ଓ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ଏକ ବୈଠକ । ବୈଠକରେ ସେବାୟତଙ୍କ ସହଯୋଗ କାମନା କରା ଯାଇଛି ।

Draupadi Murmu

ସେହିପରି ଗସ୍ତର ଦ୍ୱିତୀୟ ଦିନରେ ରାଷ୍ଟ୍ରପତି ଖଣ୍ତଗିରିସ୍ଥିତ ତପୋବନ ବିଦ୍ୟାଳୟ, ୟୁନିଟ-୨ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ କୁନ୍ତଳା କୁମାରୀ ସାବତ ଆଦିବାସୀ ଛାତ୍ରୀ ନିବାସ ପରିଦର୍ଶନ କରିବା ନେଇ ସୂଚନା ରହିଛି । ପରେ ଜୟଦେବ ଭବନରେ ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦଙ୍କ ଦ୍ୱାରା ପ୍ରସ୍ତୁତ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକ , ବିଜ୍ଞାନ ଓ ବୈଷୟିକ ଜ୍ଞାନ ଭାଷାକୋଷ କମିସନଙ୍କ ଦ୍ୱାରା ପ୍ରସ୍ତୁତ ଓଡ଼ିଆ ବୈଷୟିକ ଭାଷାକୋଷ ଏବଂ ବିବିଧ ଭାରତୀୟ ଭାଷାରେ ଜ୍ଞାନ ପୋର୍ଟାଲ୍ 'ଇ-କୁମ୍ଭ' ଉନ୍ମୋଚନ କରିବା ନେଇ ସୂଚନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+