୫ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ବ୍ଲୁ ବୁକ୍‌ ଅନୁସାରେ ସୁରକ୍ଷା କଡ଼ାକଡ଼ି

ଆଜିଠୁ ୫ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ଲୁ ବୁକ୍‌ ଅନୁସାରେ ସୁରକ୍ଷା କଡ଼ାକଡ଼ି । ସୁରକ୍ଷାରେ ୩ DCP,୧୫ ADCP, ୪୫ ଏସିପି ରାଙ୍କ ଅଫିସର ସାମିଲ । ଟ୍ରାଫିକ ବ୍ୟବସ୍ଥା ସହ ୪୦ ପ୍ଲାଟୁନ୍‌ରୁ ଅଧିକ ଫୋର୍ସ ମୁତୟନ।

President Draupadi Murmu

ଅପରାହ୍ନ ୫ଟାରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରୁ ସିଧାସଳଖ ଚନ୍ଦ୍ରଶେଖରପୁର ସ୍ଥିତ ନୀଳାଦ୍ରି ବିହାର ଗସ୍ତ କରି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି ।

ଏହାପରେ ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତାକାଲି ରାଷ୍ଟ୍ରପତି ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସକାଳ ୯ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବେ ।

ପରେ ସେଠାରୁ ଶ୍ରୀମନ୍ଦିର ଯାଇ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବେ । ପରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେବେ । ଅପରାହ୍ନ ୩ଟା ୫୫ମିନିଟରେ ପୁରୀ ବ୍ଲୁ-ଫ୍ଲାଗ ବେଳାଭୂମିରେ ଆୟୋଜିତ ନୌସେନା ଦିବସ ସମାରୋହ ଓ ସମର କୌଶଳ ପ୍ରଦର୍ଶନରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ । ଡିସେମ୍ବର ୫ତାରିଖରେ ଓୟୁଏଟିର ୪୦ତମ ସମାବର୍ତ୍ତନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ।

ସେହିଦିନ ଭୁବନେଶ୍ୱରର ନ୍ୟାୟିକ କୋର୍ଟର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ । ଡିସେମ୍ବର ୬ରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯାଇ ଉପରବେଡ଼ାଠାରେ ଛାତ୍ରଛାତ୍ରୀ ଓ ଗାଁ ଲୋକମାନଙ୍କ ସହ ମତବିନିୟମ କରିବେ । ସେହିଦିନ ରାଇରଙ୍ଗପୁରଠାରେ ସେ ରାଇରଙ୍ଗପୁର ମହିଳା କଲେଜର ଛାତ୍ରଛାତ୍ରୀ ଓ ଅଧ୍ୟାପିକମାନଙ୍କ ସହ କଥା ହେବେ ।

୭ତାରିଖରେ ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁରମରା-ଚକୁଳିଆ ଓ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳଲାଇନ୍‌, ରାଇରଙ୍ଗପୁର ଆଦିବାସୀ ଗବେଷଣା ଓ ବିକାଶ କେନ୍ଦ୍ର, ଦାଣ୍ଡବୋଷ ବିମାନ ବନ୍ଦର ଓ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+