ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି, ଏୟାରପୋର୍ଟରେ ସ୍ୱାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିଛନ୍ତି । ଏୟାରପୋର୍ଟରେ ସ୍ୱାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ।

ବିମାନ ବନ୍ଦରରୁ ସିଧାସଳଖ ଉତ୍କଳ ମଣ୍ତପରେ ଆୟୋଜିତ ଜ୍ଞାନପ୍ରଭା ମିସନର ପ୍ରତିଷ୍ଠା ଦିବସରେ ଯୋଗଦେବେ ମହାମହିମ । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ତା, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଜ୍ଞାନପ୍ରଭା ମିଶନର ସଭାପତି ଜ୍ୟୋତିର୍ମୟୀ ମିଶ୍ର ଯୋଗ ଦେବାର ସୂଚନା ରହିଛି । ସେହିପରି ଏହି କାର୍ଯ୍ୟକ୍ରମରେ ଶ୍ରୀ ଗୁରୁଜୀ ପରମହଂସ ପ୍ରଜ୍ଞାନନ୍ଦଜି ଅଭିଭାଷଣ ରଖିବେ ।
ସୂଚନାଥାଉ ଯେ, ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୪୦ ପ୍ଲାଟୁନ୍ ପୋଲିସ ମୁତୟନ କରାଯାଇଛି । ୧୪ ଜଣ ଆଜିସିଲାନ୍ ଡିସିପି, ୩୫ ଜଣ ଏସିପି, ୪୭ ଜଣ ଇନ୍ସପେକ୍ଟର, ୧୮୮ ଜଣ ସବ୍-ଇନ୍ସପେକ୍ଟର, ୬୦ ଜଣ ଗୃହମନ୍ତ୍ରୀ ଏବଂ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ୫ ପ୍ଲାଟୁନ୍ ପୋଲିସ ନିୟୋଜିତ ହୋଇଛନ୍ତି ।












Click it and Unblock the Notifications