ଆଜିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତି ଆଜି ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ- ଏମ୍‍ସର ପଞ୍ଚମ ସମାବର୍ତ୍ତନ ସମାରୋହରେ ଯୋଗଦେବେ । ସେ ସେଠାରେ ୩୧ ଜଣଙ୍କୁ ସ୍ୱର୍ଣ୍ଣପଦକ ଏବଂ ୬୪୩ ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରିବେ ।

President Draupadi Murmu t

ମଙ୍ଗଳବାର ଦିନ ପୂର୍ବାହ୍ନରେ ଶ୍ରୀମତୀ ମୁର୍ମୁ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବା ପରେ କଟକ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତୀକରଣକାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ସେହିଦିନ କଟକଠାରେ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ସାରଳା ଦାସଙ୍କ ଛଅଶହତମ ଜୟନ୍ତୀରେ ଯୋଗଦେବା ସହ କଳିଙ୍ଗରତ୍ନ ପୁରସ୍କାର-୨୦୨୪ ପ୍ରଦାନକରିବେ । ବିଭିନ୍ନ କାର୍ଯ୍ୟକ୍ରମ ଶେଷକରି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମଙ୍ଗଳବାରଦିନ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟସୂଚୀ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+