ଆସନ୍ତା ମେ’ ୯ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ଆସନ୍ତା ମାସରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ମେ' ୯ ତାରିଖରେ ବାରିପଦା ସ୍ଥିତ ମହାରାଜା ଶ୍ରୀରାମ ଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବ ଯୋଗ ଦେବା ପାଇଁ ଓଡିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ।

ଏନେଇ ୟୁନିଭର୍ସିଟି ଭିସିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀ ଚିଠି କରିଛନ୍ତି । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ବାରିପଦା ଗସ୍ତ, ଅର୍ଥାତ ରାଷ୍ଟ୍ରପତି ହେବା ପରେ ସେ ପ୍ରଥମ ଥର ପାଇଁ ନିଜ ଜନ୍ମଭୂମିକୁ ଆସିବେ । ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ଦୁଇଥର ଓଡ଼ିଶା ଆସିଥିଲେ ମଧ୍ୟ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭାବେ ମୟୁରଭଞ୍ଜ ଆସୁଛନ୍ତି ।
ସେପଟେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ପୂର୍ବରୁ, ମହାମହିମ ଓଡ଼ିଶା ଆସି ନିଜେ ପଢ଼ୁଥିବା ରମାଦେବୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦାନ କରିଥିଲେ ।












Click it and Unblock the Notifications