Get Updates
Get notified of breaking news, exclusive insights, and must-see stories!

ବିଶ୍ଵାବସୁଙ୍କ ଗ୍ରାମ କାଳିଆପଲ୍ଲୀ ଆସିବେ ରାଷ୍ଟ୍ରପତି; ତେବେ ଚାଲନ୍ତୁ ଜାଣିବା ବିଶ୍ଵାବସୁଙ୍କ ସମ୍ବନ୍ଧରେ

କାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି । ୨୪ ତାରିଖ ଅପରାହ୍ନ ୩.୩୫ ମିନିଟ ସମୟରେ ନୟାଗଡ଼ ଜିଲ୍ଲା ବିଶ୍ଵାବସୁଙ୍କ ଗ୍ରାମ କାଳିଆପଲ୍ଲୀରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ ।

ତେବେ ଚାଲନ୍ତୁ ଜାଣିବା ବିଶ୍ଵାବସୁଙ୍କ ସମ୍ବନ୍ଧରେ

ଶବରପଲ୍ଲୀର ଶବର ରାଜା ବିଶ୍ୱାବସୁ ପ୍ରାଚୀ ନଦୀତିରେ ଏକ ଗୁପ୍ତ ଗୁମ୍ଫାରେ ନୀଳମାଧବଙ୍କୁ ପୂଜା କରୁଥିଲେ । ଲଳିତା ତାଙ୍କର ଏକମାତ୍ର କନ୍ୟା ଥିଲେ ।

ସ୍କନ୍ଧ ପୁରାଣ, ବ୍ରହ୍ମ ପୁରାଣ ଓ ଅନ୍ୟ ପୁରାଣରେ ବର୍ଣ୍ଣିତ ତଥ୍ୟ ଅନୁସାରେ ଶ୍ରୀଜଗନ୍ନାଥ ପ୍ରକୃତରେ ନୀଳମାଧାବ ନାମରେ ବିଶ୍ୱାବସୁ ନାମକ ଜାଣେ ଶବର ରାଜାଙ୍କଦ୍ୱାରା ଜଙ୍ଗଲରେ ଗୋଟିଏ ଗୁମ୍ଫାରେ ଲୁକ୍କାୟିତ ଭାବେ ପୂଜା ପାଉଥିଲେ । ନୀଳ ମାଧବଙ୍କ ନାମ ଶୁଣିବା ପରେ, ଏହି ବିଷୟରେ ଖବର ପାଇ ରାଜା ଇନ୍ଦ୍ରଦ୍ୟୁମ୍ନ, ବିଦ୍ୟାପତି ନାମକ ଜଣେ ବ୍ରାହ୍ମଣଙ୍କୁ ଠାକୁରଙ୍କ ଅନୁସନ୍ଧାନ କରିବା ନିମନ୍ତେ ସେଠାକୁ ପଠାଇଥିଲେ । ବହୁ ଚେଷ୍ଟା ପରେ ମଧ୍ୟ ବିଦ୍ୟାପତି ଠାକୁରଙ୍କୁ ଠାବ କରିବାରେ ବିଫଳ ହୋଇଥିଲେ । କିଛି ଦିନ ସେଠାରେ ରହି ସେ ଶେଷରେ ବିଶ୍ୱାବସୁଙ୍କ କନ୍ୟା ଲଳିତାଙ୍କୁ ବାହା ହୋଇଥିଲେ ଓ ନିଜ ଶ୍ୱଶୁର ବିଶ୍ୱାବସୁଙ୍କ ବିଶ୍ୱାସଭାଜନ ହୋଇଥିଲେ ।

President draupadi murmu

ବିଶ୍ୱାବସୁ ଶେଷରେ ନିଜ ଜ୍ୱାଇଁଙ୍କ ଅନୁରୋଧ ରକ୍ଷାକରି, ବିଦ୍ୟାପତିଙ୍କ ଆଖିରେ ଅନ୍ଧପୁଟୁଳି ବାନ୍ଧି ନୀଳମାଧବ ପୂଜା ପାଉଥିବା ଜାଗାକୁ ନେଇ ଠାକୁରଙ୍କ ଦର୍ଶନ କରାଇଥିଲେ । କିନ୍ତୁ ଚତୁର ବ୍ରାହ୍ମଣ ବିଦ୍ୟାପତି ଉକ୍ତ ସ୍ଥାନର ପୁନଃ ଚିହ୍ନଟ କରିପାରିବା ନିମନ୍ତେ ସେଠାରେ ସୋରିଷ ମଞ୍ଜି ବୁଣିଦେଇ ଆସିଯାଇଥିଲେ ଯାହାକି ତାଙ୍କୁ ପରବର୍ତ୍ତୀ ସମୟରେ ଗୁମ୍ଫା ଭିତରକୁ ରାସ୍ତା ଚିହ୍ନାଇବାରେ ସାହାଯ୍ୟ କରିଥିଲା । ସେଠାରୁ ଫେରିବା ପରେ ସେ କଥା ରାଜା ଇନ୍ଦ୍ରଦ୍ୟୁମ୍ନଙ୍କୁ ଜଣାଇଥିଲେ ।

ବିଦ୍ୟାପତିଠାରୁ ଏ କଥା ଶୁଣି ରାଜା ଇନ୍ଦ୍ରଦ୍ୟୁମ୍ନ, ନୀଳମାଧବଙ୍କ ଦର୍ଶନ ନିମନ୍ତେ ଉତ୍କଳ ଦେଶକୁ ଯାଇଥିଲେ । ବିଦ୍ୟାପତିଙ୍କ ସହାୟତାରେ ନିଳକନ୍ଦରକୁ ଠାବ କରିବାରେ ସକ୍ଷମ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+