ଆସନ୍ତା ୧୪ ଓ ୧୫ରେ ଦୁଇ ଦିନ ପାଇଁ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସୁଛନ୍ତି ରାଷ୍ଟ୍ରପତି । ଆସନ୍ତା ୧୪ ଓ ୧୫ରେ ଦୁଇ ଦିନ ପାଇଁ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ରାଷ୍ଟ୍ରପତିଙ୍କ ଗସ୍ତ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ରାଜ୍ୟସ୍କରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଜୁଲାଇ ୧୪ ଅପରାହ୍ମରେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବାୟୁସେନା ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ଦ୍ରୌପଦୀ ମୁର୍ମୁ । ୨ ଦିନ ଧରି ଭୁବନେଶ୍ବର ଓ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।

President Draupadi Murmu

ଜୁଲାଇ ୧୪ ତାରିଖ ସନ୍ଧ୍ୟାରେ ରାଷ୍ଟ୍ରପତି ଏମ୍ସ ଭୁବନେଶ୍ୱରର ପଞ୍ଚମ ସମାବର୍ତ୍ତନ ସମାରୋହରେ ଯୋଗଦେବେ ଏବଂ ଜୁଲାଇ ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପରେ ପରେ ସେ କଟକ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।

ସେହିପରି ଜୁଲାଇ ୧୫ ତାରିଖ ଅପରାହ୍ଣରେ ରାଷ୍ଟ୍ରପତି ମୁର୍ମୁ କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକ ସ୍ଥିତ ଶାରଳା ଭବନ ଯାଇ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କଳିଙ୍ଗ ରତ୍ନ ପୁରସ୍କାର-୨୦୨୪'' ପ୍ରଦାନ କରିବେ ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ଏବଂ ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସଂଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+