ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତର ଆଜି ଦ୍ୱିତୀୟ ଦିନ; ଉତ୍କଳ ବିଶ୍ୱବିଦ୍ୟାଳୟରେ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ମହାମହିମ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତର ଆଜି ଦ୍ୱିତୀୟ ଦିନ । ଆଜି ସକାଳେ ରାଷ୍ଟ୍ରପତି ପ୍ରଥମେ କେନ୍ଦୁଝର ଗସ୍ତରେ ଆସି ଧରଣୀଧର ବିଶ୍ୱବିଦ୍ୟାଳୟର ଜାତୀୟ ସେମିନାରକୁ ଉଦଘାଟନ କରିବେ । ଏହା ସହ କଦଳୀବାରୀ ଗାଁର ଜନଜାତି ସମ୍ପ୍ରଦାୟର ଲୋକମାନଙ୍କୁ ସାକ୍ଷାତ କରିବେ ରାଷ୍ଟ୍ରପତି ।

ଆଜି ସକାଳ ୯ଟା ୧୫ ମିନିଟରେ ରାଇରଙ୍ଗପୁର ଇରିଗେସନ ଗେଷ୍ଟ ହାଉସରୁ ଦାଣ୍ଡପୋଷ ହେଲିପ୍ୟାଡ ବାହାରିବେ ରାଷ୍ଟ୍ରପତି । ବାୟୁସେନାର ଆଇଏଏମଏଫ ଏମଆଇ-୧୭ ଜରିଆରେ କେନ୍ଦୁଝର ରାଇସୁଆଁ ଅଭିମୁଖେ ଯାତ୍ରା କରିବେ ମହାମହିମ । ପୂର୍ବାହ୍ନ ୧୦ଟା ୫୦ ମିନିଟରେ ରାଇସୁଆଁରେ ପହଞ୍ଚିବା ପରେ ସେ ସଡକ ପଥରେ ଗୋନାସିକା ଯିବେ । ଏହାପରେ ମଧ୍ୟାହ୍ନ ୧୨ଟା ୧୦ ମିନିଟରେ କଦଳୀବାରୀ ଗାଁରେ ପହଞ୍ଚି, ଜନଜାତି ସମ୍ପ୍ରଦାୟର ଲୋକମାନଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ଣ ୧ଟା ୪୦ ମିନିଟରେ କେନ୍ଦୁଝର ସର୍କିଟ ହାଉସରେ ପହଞ୍ଚି ମଧ୍ୟାହ୍ନ ଭୋଜନ କରିବେ । ପରେ ଅପରାହ୍ଣ ୩ଟାରେ ଧରଣୀଧର ବିଶ୍ୱବିଦ୍ୟାଳୟରେ ସେଠାରେ ହେବାକୁ ଥିବା ଜାତୀୟ ସେମିନାରକୁ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି ।

ଅପରାହ୍ଣ ୪ଟାରେ କେନ୍ଦୁଝର ରାଇସୁଆଁ ଏୟାରଷ୍ଟ୍ରିପରୁ ଭୁବନେଶ୍ୱର ବିମାନ ବନ୍ଦରକୁ ଆସିବେ ରାଷ୍ଟ୍ରପତି । ସନ୍ଧ୍ୟା ସାଢେ ୫ଟାରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ପହଞ୍ଚି ସମାବର୍ତ୍ତନ ଉତ୍ସବରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।

droupadi_murmu

ଗତକାଲି ହୋଲିଡେ ହୋମ୍‌'ର ଶିଳାନ୍ୟାସ କରିଥିଲେ ରାଷ୍ଟ୍ରପତି । ଏହି ଅବସରରେ ସେ ରାଞ୍ଚି-ବିଜୟୱାଡା ୨୨୦ ନଂ ଜାତୀୟ ରାଜପଥର ଦୁଇ ଲ୍ୟାନ୍ ବିଶିଷ୍ଟ ବାଇପାସ୍ ରାସ୍ତା, ରାଇରଙ୍ଗପୁରରୁ ଯଶିପୁର ପର୍ଯ୍ୟନ୍ତ ୨୨୦ ନଂ ଜାତୀୟ ରାଜପଥର ସମ୍ପ୍ରସାରଣ ଓ ପ୍ରଶକ୍ତୀକରଣ ପ୍ରକଳ୍ପ, ବାଇଦାପୋଷି ନିକଟରେ ଉପଖଣ୍ଡରେ କ୍ରୀଡାର ଭିତ୍ତିଭୂମିର ବିକାଶ ପାଇଁ ସ୍ପୋର୍ଟସ କମ୍ପଲେକ୍ସ ଓ ଏସଟି ଏସ୍ସି ରିସର୍ଚ୍ଚ ସେନ୍ଟର୍ (ଆଦିବାସୀ ସଂଗ୍ରହାଳୟ) ପାଇଁ ଶିଳାନ୍ୟାସ ଓ ବଡସାହିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଆଭାଷୀ ମାଧ୍ୟମରେ ଲୋକାର୍ପଣ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+