ଜନ୍ମ ମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ୱାଗତ କଲେ ରାଜ୍ୟପାଳ

ମୟୁରଭଞ୍ଜ: ତିନି ଦିନି ଓଡ଼ିଶା ଗସ୍ତରେ ଆସି ନିଜ ଜନ୍ମମାଟିରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ରାଇରଙ୍ଗପୁରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ପୂର୍ବାହ୍ନ 10 ଟା 16 ରେ ରାଇରଙ୍ଗପୁରର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସ୍ୱାଗତ କରିଛନ୍ତି । ଏହାଛଡ଼ା କେନ୍ଦ୍ର ମନ୍ତ୍ରୀ ବିଶ୍ୱଶ୍ୱରଟୁଡୁ ମଧ୍ୟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ କରିଛନ୍ତି ।
ଏହି ସମୟରେ ରାଷ୍ଟ୍ରପତି ସ୍ଥାନୀୟ ଲୋକଙ୍କ ଅଭିବାଦନ ମଧ୍ୟ ଗ୍ରହଣ କରିଛନ୍ତି । ନିଜ ଜନ୍ମ ମାଟିକୁ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ନିଜ ଅଞ୍ଚଳର ଝିଅକୁ ପାଇ ସେଠାରେ ଲୋକଙ୍କ ଭିତରେ ନାହିଁ ନଥିବା ଉତ୍ସାହ ଦେଖିବାକୁ ମିଳିଛି ।
ରାଷ୍ଟ୍ରପତି ମୁର୍ମୁ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ଡାକବଙ୍ଗଳାରେ ଅବସ୍ଥାନ କରିବେ । 5 ତାରିଖ ଦିନ ଶିମିଳିପାଳ ଅଭୟାରଣ୍ୟ ଭ୍ରମଣ କରିବେ ।
ଭ୍ରମଣ ସାରି ହେଲିକପ୍ଟର ଯୋଗେ ବାରିପଦା ଯିବେ । ବାରିପଦା ସର୍କିଟ୍ ହାଉସରେ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ସାକ୍ଷାତ କରିବା ସହ ଅତିଥି ଭବନରେ ବିଶ୍ରାମ ନେବେ । 6 ତାରିଖ ସକାଳେ ରାଷ୍ଟ୍ରପତି ବାରିପଦା ତକତପୁରସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । କାର୍ଯ୍ୟକ୍ରମ ପରେ ହେଲିକପ୍ଟର ଯୋଗେ କଲେଇକୁଣ୍ଡା ଯିବେ ଏବଂ ସେଠାରୁ ଦିଲ୍ଲୀ ଫେରିଯିବେ ।












Click it and Unblock the Notifications