ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ
President Droupadi Murmu: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଆସି ପହଞ୍ଚିଲେ ମହାମହିମ ।ଆସନ୍ତକାଲି ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ ସୂଚନା ରହିଛି ।
ବିମାନବନ୍ଦରରୁ ରାଜଭବନ ଅଭିମୁଖେ କଡା ସୁରକ୍ଷା ମଧ୍ୟରେ ଯାଉଛି ମହାମହିମ ରାଷ୍ଟ୍ରପତିଙ୍କ କାରକେଡ୍ । ଆଜି ରାଜଭବନରେ ରାତ୍ରୀଯାପନ କରିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ।
ଆସନ୍ତା କାଲି ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାର କାର୍ଯ୍ୟକ୍ରମ ଅଛି । ଗୁରୁବାର ଆନୁଷ୍ଠାନିକ ଭାବରେ ପ୍ରବାସୀ ଭାରତୀୟ ଦିବସ ୨୦୨୫ ଉଦ୍ଘାଟିତ ହୋଇଯାଇଛି । ସମ୍ମିଳନିର ଦ୍ବିତୀୟ ଦିନରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉଦ୍ଘାଟନ କରିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍ର ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଏହି ଏକ୍ସପ୍ରେସ୍ର ଶୁଭାରମ୍ଭ କରିଛନ୍ତି।
ଏହା ସହିତ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଭାରତୀୟ ଐତିହ୍ୟର ପଦଚିହ୍ନ ଧାରଣ କରିଛି। ରାଜ୍ୟର ଧଉଳି ଶାନ୍ତିସ୍ତୁପ ପ୍ରମାଣିତ କରିଥିଲା ଯେ, ତରବାରୀ ଦ୍ବାରା ହୃଦୟ ଜୟ ଅବା ଶାନ୍ତି ପ୍ରତିଷ୍ଠା କରାଯାଇପାରେ ନାହିଁ।












Click it and Unblock the Notifications