ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ଖିଚିଂ ସ୍ଥିତ କିଚକେଶ୍ୱରୀ ମନ୍ଦିର ଯିବେ ମହାମହିମ
ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ପହଞ୍ଚିଲେ ରାଷ୍ଟ୍ରପତି । କିଛି ସମୟ ପରେ ଖିଚିଂ ସ୍ଥିତ କିଚକେଶ୍ୱରୀ ମନ୍ଦିର ଯିବେ ମହାମହିମ ।
ଅପରାହ୍ନରେ ଖିଚିଂର ପାଣ୍ଡରଶିଳ ଗାଁରେ ପହଁଚିବେ ରାଷ୍ଟପ୍ରତି । ରାଷ୍ଟ୍ରପତି ମା କିଚକେଶ୍ୱରୀଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ରାଇରଙ୍ଗପୁର ଦାଣ୍ଡପୋଷ ଯାଇ କେନ୍ଦ୍ରୀୟ ବିଦ୍ୟାଳୟ ପାର୍ଶ୍ବରେ ନିର୍ମାଣ ହେବାକୁ ଥିବା ହଲିଡେ ହୋମର ଭିତ୍ତିପ୍ରସ୍ଥର ସ୍ଥାପନ ସହିତ ଭିସି ଜରିଆରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ଦ୍ରୌପଦୀ ମୁର୍ମୁ ।

ରାତିରେ ମହୁଲଡିହା ସ୍ଥିତ ନିଜ ବାସଭବନରେ ରାତ୍ରି ଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର କେନ୍ଦୁଝର ଏବଂ ଭୁବନେଶ୍ବର ଭଳି ବିଭିନ୍ନ ସ୍ଥାନରେ ଅନେକ କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ରହିଛି। ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି ।
୨୯ ତାରିଖରେ ରାଷ୍ଟ୍ରପତି କେନ୍ଦୁଝର ଗୋନାସିକାସ୍ଥିତ କଦଳୀବାଡ଼ି ଗ୍ରାମର ପିଭିଟିଜି ସଦସ୍ୟଙ୍କ ସହ ଆଲୋଚନା କରିବେ । ଏହାପରେ ସେ 'କେନ୍ଦୁଝରର ଜନଜାତି: ଲୋକ, ସଂସ୍କୃତି ଓ ଐତିହ୍ୟ' ଶୀର୍ଷକ ଜାତୀୟ ଆଲୋଚନାଚକ୍ରକୁ ଉଦଘାଟନ କରିବା ସହ ଧରଣୀଧର ବିଶ୍ୱବିଦ୍ୟାଳୟର ଉତ୍ତର କ୍ୟାମ୍ପସ, ଗମ୍ଭରିଆ, କେନ୍ଦୁଝର ଠାରେ ଧରଣୀଧର ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରିବେ । ସନ୍ଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ।
ଆସନ୍ତା ୧ ତାରିଖରେ ରାଷ୍ଟ୍ରପତି ଭଞ୍ଜ ବିହାରସ୍ଥିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ପରେ କଟକରେ ସେ ବ୍ରହ୍ମକୁମାରୀ, ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ । ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ରାଜଭବନରେ ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଜନମନର ଉପସ୍ଥାପନା ଦେଖିବେ ।
ଆସନ୍ତା ୨ ତାରିଖରେ ରାଷ୍ଟ୍ରପତି ସମ୍ବଲପୁର ଜିଲ୍ଲାରେ ସନ୍ଥ କବି ଭୀମ ଭୋଇଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନ ପରିଦର୍ଶନ କରିବେ। ସମ୍ବଲପୁର ମିନି ଷ୍ଟାଡିୟମରେ ସେ ମହିମା ସଂପ୍ରଦାୟର ଅନୁଗାମୀଙ୍କୁ ଭେଟିବେ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
ସରକାରଙ୍କ ବଡ଼ ନିଷ୍ପତ୍ତି, ତୃତୀୟ ସନ୍ତାନ ଜନ୍ମ କଲେ ମିଳିବ ୨୫ ହଜାର -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ -
ନେପାଲରେ ବାଲେନ ଶାହ ସରକାର ! -
ଖେମିନିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଇସ୍ରାଏଲକୁ ଧମକ, ଇସ୍ରାଏଲୀକୁ ସିଧାସଳଖ ଚେତାବନୀ -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା .....












Click it and Unblock the Notifications