ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ପୂର୍ତ୍ତି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି

ହାଇକୋର୍ଟର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି । ଓଡିଶା ହାଇକୋର୍ଟର ୭୫ ତମ ପ୍ରତିଷ୍ଠା ସମାରୋହର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ମୁର୍ମୁ । କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଏହି କାର୍ଯ୍ୟକ୍ରମ ଚାଲିଛି ।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏହି ଉତ୍ସବରେ ସାମିଲ ହୋଇଛନ୍ତି । ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏଥିରେ ସାମିଲ ଅଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ଏସ ମୂରଲୀଧର ସ୍ବାଗତ ଭାଷଣ ଦେଇଥିଲେ ।

ଏହା ପୂର୍ବରୁ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନେତାଜୀ ସଂଗ୍ରହାଳୟରେ ବୁଲିଥିଲେ ରାଷ୍ଟ୍ରପତି । ସେଠାରେ ଥିବା ନେତାଜୀଙ୍କ ବିଭିନ୍ନ ସାମଗ୍ରୀ ବୁଲି ଦେଖିଛନ୍ତି ମହାମହିମ । ଶୈଳବାଳା ମହାବିଦ୍ୟାଳୟ ଯାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

president_murmu

ଆଜି ପ୍ରଥମେ କଟକର ଅଧିଷ୍ଠାତ୍ରୀ ଦେବୀ ମା' ଚଣ୍ଡୀଙ୍କୁ ଦର୍ଶନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଟକ ଚଣ୍ଡି ମନ୍ଦିରରେ ପହଞ୍ଚି ମା'ଙ୍କ ପୂଜାର୍ଚ୍ଚନା କରିଥିଲେ ରାଷ୍ଟ୍ରପତି ।

କଟକ ଅଭିମୁଖେ ସଡକ ପଥରେ ବାହାରି ଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଜଭବନରୁ ରାଷ୍ଟ୍ରପତିଙ୍କ କାରକେଡ୍‌ ବାହାରିଥିଲା। ସଡ଼କ ପଥରେ ଯାଉଥିବାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି। ପୂର୍ବରୁ ହେଲିକପ୍ଟରରେ କଟକ ଗସ୍ତ ଧାର୍ଯ୍ୟ ହୋଇଥିଲା। ତେବେ ପୁଣି ସଡକ ପଥରେ ଯିବାର ନିଷ୍ପତ୍ତି ହୋଇଥିଲା।

ରାଷ୍ଟ୍ରପତିଙ୍କୁ ପାଖରୁ ଦେଖିବା ପାଇଁ ପ୍ରବଳ ଭିଡ଼ । ଲୋକେ ମହାମହିମ ରାଷ୍ଟ୍ରପତିଙ୍କ ଟିକେ ଝଲକ ପାଇବାକୁ ସକାଳୁ ଆସିଛନ୍ତି । ଆମ ଓଡ଼ିଆ ଝିଅ ଦେଶର ରାଷ୍ଟ୍ରପତି ବୋଲି ଲୋକେ ଗର୍ବିତ ।

୮ ଘଣ୍ଟା ଧରି କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+