ଉତ୍କଳ ବିଶ୍ୱବିଦ୍ୟାଳୟର 53ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର 53 ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଛନ୍ତି ମହାମହିମ । ଦୀକ୍ଷାନ୍ତ ଭବନରେ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅଭିଭାଷଣ ପ୍ରଦାନ କରିଛନ୍ତି । ବିଶ୍ୱବିଦ୍ୟାଳୟ କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇଛନ୍ତି ।

ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ରାଷ୍ଟ୍ରପତିଙ୍କ ଗୋଟିଏ ଘଣ୍ଟାର କାର୍ଯ୍ୟକ୍ରମ ରହିଥିଲା । ସନ୍ଧ୍ୟା 5.20 ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ବାଣୀବିହାର ଅଭିମୁଖେ ଆସିଥିଲେ । ଉତ୍କଳ ବିଶ୍ୱବିଦ୍ୟାଳୟରେ ପହଞ୍ଚିବା ପରେ ଜାତୀୟ ସଙ୍ଗୀତ ପରିବେଷଣ କରାଯାଇଥିଲା । ବିଶ୍ୱବିଦ୍ୟାଳୟ କୁଳାଧିପତି ତଥା ରାଜ୍ୟପାଳ ଶ୍ରୀ ଦାସ ସମାବର୍ତ୍ତନ ଉତ୍ସବ ସମ୍ପର୍କରେ ଘୋଷଣା କରିଥିଲେ । କୁଳପତି ପ୍ରଫେସର ଆଚାର୍ଯ୍ୟ ସ୍ୱାଗତ ଭାଷଣ ଦେବେ । କୁଳାଧିପତି ଶ୍ରୀ ଦାସ 166 ଜଣଙ୍କୁ ପିଏଚ୍ଡି/ଡିଲିଟ୍ ଡିଗ୍ରି ପ୍ରଦାନ କରିବେ । ରାଷ୍ଟ୍ରପତି 3 ଜଣଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ସହ 10 ଜଣଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରିବେ । କାର୍ଯ୍ୟକ୍ରମ ଶେଷରେ ରାଷ୍ଟ୍ରପତି ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସ ଛାଡ଼ି ରାଜଭବନ ଅଭିମୁଖେ ଯିବେ ।
କ୍ୟାମ୍ପସକୁ ରାଷ୍ଟ୍ରପତିଙ୍କ ପ୍ରଥମ ଗସ୍ତ ହୋଇଥିବାରୁ ବ୍ୟାପକ ବ୍ୟବସ୍ଥା ହୋଇଛି । ପ୍ରବେଶ ପଥଠାରୁ ଦୀକ୍ଷାନ୍ତ ଭବନ ପର୍ଯ୍ୟନ୍ତ ରାସ୍ତା ଓ ପ୍ରଶାସନିକ ଭବନକୁ ଆଲୋକମାଳାରେ ସୁସଜ୍ଜିତ କରାଯାଇଛି । ଦୀକ୍ଷାନ୍ତ ଭବନର କାନ୍ଥକୁ ବି ଆଲୋକୀକରଣ କରାଯାଇଛି । ପ୍ରଶାସନିକ ଭବନଠାରୁ ଦୀକ୍ଷାନ୍ତ ଭବନ ପର୍ଯ୍ୟନ୍ତ ଯିବା ପାଇଁ ସ୍ବତନ୍ତ୍ର କରିଡର ହୋଇଛି । ପାଖାପାଖି ଏକ ହଜାର ବ୍ୟକ୍ତିବିଶେଷ ସମାବର୍ତ୍ତନ ଉତ୍ସବରେ ଯୋଗଦେଇଛନ୍ତି । କ୍ୟାମ୍ପସରେ ଥିବା ପ୍ରେକ୍ଷାଳୟରେ ବଡ଼ ଏଲ୍ଇଡି ଲଗାଯାଇ ସେଥିରେ ସମାବର୍ତ୍ତନ ଉତ୍ସବର ସିଧାପ୍ରସାରଣ କରାଯିବାକୁ ଯୋଜନା ପ୍ରସ୍ତୁତ ହୋଇଛି ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications