Droupadi Murmu: ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

President Droupadi Murmu: ତିନିଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ମୁର୍ମୁ ୩ ଦିନିଆ ଗସ୍ତରେ ଆସି ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବାର କାର୍ଯ୍ୟସୂଚୀ ରହିଛି । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ବ୍ୟବସ୍ଥିତ କରିବା ପାଇଁ ଗତକାଲି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ।

୨୩ରେ ମୟୂରଭଞ୍ଜରେ ପହଞ୍ଚିବେ:

ସମ୍ଭାବ୍ୟ ଗସ୍ତ କାର୍ଯ୍ୟସୂଚୀ ଅନୁସାରେ ୨୩ ତାରିଖ ସକାଳ ୯.୨୫ ମିନିଟରେ ରାଷ୍ଟ୍ରପତି ପଶ୍ଚିମବଙ୍ଗ କଲେଇକୁଣ୍ଡା ବିମାନ ବନ୍ଦରରୁ ବାହାରିବେ । ଭାରତୀୟ ବାୟୁସେନା ହେଲିକପ୍ଟର ଯୋଗେ ସେ ପୂର୍ବାହ୍ନ ପ୍ରାୟ ୯.୫୫ ମିନିଟରେ ମୟୂରଭଞ୍ଜର ବାଙ୍ଗିରିପୋଷି ହେଲିପ୍ୟାଡରେ ପହଞ୍ଚିବେ। ସେଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଭିନ୍ନ ରେଳ ଲାଇନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହା ସହ VC ଜରିଆରେ ରାଇରଙ୍ଗପୁରରେ ଆଦିବାସୀ ଗବେଷଣା କେନ୍ଦ୍ର, ଦାଣ୍ଡବୋଷ ଏୟାରଷ୍ଟ୍ରିପ ଏବଂ ଉପଖଣ୍ଡ ଚିକିତ୍ସାଳୟ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ କରିବେ ।

କାର୍ଯ୍ୟକ୍ରମରେ ହେବେ ସାମିଲ:-

ବାଙ୍ଗିରିପୋଷି କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତି ମଧ୍ୟାହ୍ନରେ ରଙ୍ଗମାଟିଆ ହେଲିପ୍ୟାଡରେ ଓହ୍ଲାଇ ଉପରବେଡା ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରବାକୁ ଯିବେ । ଅପରାହ୍ନ ୧.୧୦ରୁ ୧.୪୦ ଯାଏଁ ରାଷ୍ଟ୍ରପତି ଉପରବେଡା ଘରେ ରହି ଗ୍ରାମବାସୀଙ୍କ ସହ ଆଲୋଚନା କରିବେ । ରାଇରଙ୍ଗପୁରରେ ମଧ୍ୟାହ୍ନ ଭୋଜନ ପରେ ରାଷ୍ଟ୍ରପତି ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟରେ 'ଏଏଲଏସ ଟ୍ରଷ୍ଟ' ତରଫରୁ ପ୍ରଦତ୍ତ ଆମ୍ବୁଲାନ୍ସକୁ ଲୋକାର୍ପଣ କରିବେ । ପରେ ସେ ସ୍ଥାନୀୟ ମହିଳା ମହାବିଦ୍ୟାଳୟ ଗସ୍ତ କରି ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକାମାନଙ୍କ ସହ ଭାବ ବିନିମୟ କରିବେ । ସଂଧ୍ୟାରେ ରାଇରଙ୍ଗପୁର ପୁଣ୍ୟେଶ୍ୱର ମହାଦେବ ମନ୍ଦିର ଯାଇ ନବନିର୍ମିତ ଶ୍ରୀ ଗଣେଶଙ୍କ ପ୍ରତିମା ଅନାବରଣ କରିବେ । ସେଦିନ ରାଷ୍ଟ୍ରପତି ରାଇରଙ୍ଗପୁରରେ ଅବସ୍ଥାନ କରିବେ ।

President Droupadi Murmu

୨୪ ସକାଳୁ ପୁରୀ ଗସ୍ତ
୨୪ ତାରିଖ ସକାଳୁ ରାଷ୍ଟ୍ରପତି ରାଇରଙ୍ଗପୁରରୁ ବାହାରି ଦାଣ୍ଡବୋଷ ବିମାନ ବନ୍ଦରରୁ ବାୟୁସେନା ହେଲିକପ୍ଟର ଯୋଗେ ପୁରୀ ଅଭିମୁଖେ ଯାତ୍ରା କରିବେ । ପୂର୍ବାହ୍ନ ୧୦.୪୫ ରେ ତାଳବଣିଆ ହେଲିପ୍ୟାଡରେ ଓହ୍ଲାଇବେ । ସେଠାରୁ ଶ୍ରୀମନ୍ଦିର ଯାଇ ଶ୍ରୀଜିଉମାନଙ୍କୁ ଦର୍ଶନ ଓ ଆଳତୀ କରିବେ । ସେଦିନ ୧୨.୧୦ ରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗଦେବେ । ଅପରାହ୍ନରେ ଭୁବନେଶ୍ୱର ଫେରିବେ ।

ଅପରାହ୍ନ ୪.୧୫ ରେ 'ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ'ର ୪୦ ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବେ । ସଂଧ୍ୟା ୬ରେ ନବନିର୍ମିତ ବିଚାର ବିଭାଗୀୟ କୋର୍ଟ କମ୍ପ୍ଲେକ୍ସକୁ ରାଷ୍ଟ୍ରପତି ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପରେ ରାଷ୍ଟ୍ରପତି ରାଜଭବନରେ ରାତ୍ରୀଯାପନ କରିବେ । ୨୫ ତାରିଖ ସକାଳ ୯.୩୦ ରେ ଭୁବନେଶ୍ୱର ନୀଳାଦ୍ରୀ ବିହାରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନୂତନ ପ୍ରତିମୂର୍ତ୍ତିର ଅନାବରଣ କରିବେ । ପୂର୍ବାହ୍ନ ୧୦.୨୦ ରେ ସେ ଭାରତୀୟ ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରୁ ରାୟପୁର ଅଭିମୁଖେ ଯାତ୍ରା କରିବେ ।

ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ:-
ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ଆୟୋଜନ ପାଇଁ ମୁଖ୍ୟ ଶାସନ ସଚିବ ବିଭିନ୍ନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସଂପୃକ୍ତ ବିଭାଗୀୟ ସଚିବ ଓ ଅନୁଷ୍ଠାନମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ରାଷ୍ଟ୍ରପତିଙ୍କ ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଥିବାରୁ ପ୍ରତ୍ୟେକ କାର୍ଯ୍ୟକ୍ରମକୁ ସମୟ ନିର୍ଘଣ୍ଟ ଅନୁସାରେ ସାରିବାକୁ ତଦନୁସାରେ ପ୍ରସ୍ତୁତି କରିବାକୁ ସେ ନିର୍ଦ୍ଦେଶ ଦିଆଯାଇଛି । ବୈଠକରେ ରାଷ୍ଟ୍ରପତିଙ୍କ ବିଭିନ୍ନ ସ୍ଥାନରେ ସାମୟିକ ରହଣି ବ୍ୟବସ୍ଥା, ସୁରକ୍ଷା, ସଡ଼କପଥରେ ଯାତ୍ରା ବେଳେ କାରକେଡ ବ୍ୟବସ୍ଥା, ବିମାନ ଓ ହେଲିକପ୍ଟରର ସୁରକ୍ଷା, ଚିକିତ୍ସା ଓ ସ୍ୱାସ୍ଥ୍ୟ ସହାୟତା, ଆବଶ୍ୟକ ରାସ୍ତା ମରାମତି, ପରିମଳ ବ୍ୟବସ୍ଥା, ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ, ବିଭିନ୍ନ ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ପାନୀୟ ଜଳ ଯୋଗାଣ, ମଞ୍ଚ ପ୍ରସ୍ତୁତି, ଆବଶ୍ୟକ ପାସ ବ୍ୟବସ୍ଥା, ଇଣ୍ଟରନେଟ ସୁବିଧା, ପ୍ରଚାର ପ୍ରସାର, ଅଗ୍ନି ନିର୍ବାପକ ବ୍ୟବସ୍ଥା, ଦର୍ଶକ ଓ ଅତିଥିଙ୍କ ପାଇଁ ସାମିଆନା ସହ ବସିବା ବ୍ୟବସ୍ଥା ଆଦି ସଂପର୍କରେ ବୈଠକରେ ବିସ୍ତୃତ ଆଲୋଚନା ହୋଇଛି ।

ଆଲର୍ଟରେ] ପ୍ରଶାସନ
ମୟୂରଭଞ୍ଜ, ପୁରୀ ଏବଂ ଖୋର୍ଦ୍ଧା ଜିଲାପାଳଙ୍କୁ ନିଜ ନିଜ ଜିଲ୍ଲାରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ତଦାରଖ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ପ୍ରସ୍ତୁତି କରିବାକୁ ବୈଠକରେ ସଂପୃକ୍ତ ସମସ୍ତ ବିଭାଗୀୟ ସଚିବ ଓ ଅନୁଷ୍ଠାନମାନଙ୍କୁ ଆବଶ୍ୟକ ପ୍ରସ୍ତୁତି ଓ ତଦାରଖ ପାଇଁ ବିଭିନ୍ନ ପରାମର୍ଶ ଦିଆଯାଇଛି । କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଓ ସମନ୍ୱୟ ପାଇଁ ଗୃହ ବିଭାଗ ପକ୍ଷରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ । ଗୃହ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ରାଧା କିଶନ ଶର୍ମା ରାଷ୍ଟ୍ରପତିଙ୍କ ଗସ୍ତ ପରିପ୍ରେକ୍ଷୀରେ ବିଶଦ ଉପସ୍ଥାପନା କରିଛନ୍ତି । ବୈଠକରେ ରାଜ୍ୟ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ଡିଜି ଓ୍ୱାଇ.ବି ଖୁରାନିଆଙ୍କ ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ବରିଷ୍ଠ ପଦାଧିକାରୀ ଏବଂ ଜିଲ୍ଲାପାଳ ଖୋର୍ଦ୍ଧା ଯୋଗଦେଇଥିବା ବେଳେ ଜିଲ୍ଲାପାଳ, ମୟୂରଭଞ୍ଜ ଏବଂ ଜିଲ୍ଲାପାଳ, ପୁରୀ ଭିସି ଜରିଆରେ ବୈଠକରେ ଯୋଗଦେଇ ପ୍ରସ୍ତୁତି ସଂପର୍କରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+