Get Updates
Get notified of breaking news, exclusive insights, and must-see stories!

କଟକ ଆସୁଛନ୍ତି ମହାମହିମ, କଟକ ଚଣ୍ତୀଙ୍କ ଦର୍ଶନ ପରେ ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ

ଭୁବନେଶ୍ୱର: ଆସନ୍ତାକାଲି ତିନି ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତ ପୂର୍ବରୁ ଆଜି କାରକେଡ୍ ରିହରସେଲ କରାଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବ୍ଲୁ ବୁକ୍ ଅନୁଯାୟୀ କରାଯାଇଛି ସୁରକ୍ଷା ବ୍ୟବସ୍ଥା । ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ କଟକ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ । ତେଣୁ ତାଙ୍କର ଚିକିଏ ଝଲକ ପାଇବା ପାଇଁ ଉତ୍ସାହିତ ଅଛନ୍ତି କଟକବାସୀ ।

Droupadi murmu

ରାଷ୍ଚ୍ରପତି ଦିନ ତମାମ କଟକରେ ରହି ରାଷ୍ଟ୍ରପତି 7ଟି କାର୍ଯ୍ୟକ୍ରମରେ ଯୋଗ ଦେବେ । ଆସ୍ତା କାଲି ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରୀଯାପନ କରିବେ । ଏହା ପରେ 26 ତାରିଖ ପୂର୍ବାହ୍ନ 8.20 ମିନିଟରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଯାତ୍ରା କରିବେ ।

କଟକ ନରାଜ ହେଲିପ୍ୟାଡରେ 8.55 ରେ ଅବତରଣ କରି ସଡ଼କ ମାର୍ଗରେ ଯାଇ ପ୍ରଥମେ କଟକ ଚଣ୍ଡୀଙ୍କ ଦର୍ଶନ କରିବେ । ଏହା ପରେ ମଧୁବାବୁଙ୍କ ବାସସ୍ଥାନ ପରିଦର୍ଶ କରି ପୁଷ୍ପମାଲ୍ୟ ଅର୍ପଣ କରିବେ । ପରେ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟକୁ ଯିବେ । ଏହାପରେ କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଓଡିଶା ହାଇକୋର୍ଟର 75 ତମ ପ୍ରତିଷ୍ଠା ସମାରୋହର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତୀଥି ଭାବେ ଯୋଗ ଦେବେ । ପରେ ନୂଆକରି ପ୍ରତିଷ୍ଠା ହୋଇ ଥିବା ନ୍ୟାୟିକ ମ୍ୟୁଜିୟମ ପରିଦର୍ଶନ କରିବେ ।

ଏହା ପରେ ରାଷ୍ଟ୍ରପତି ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ । ଏହାପରେ କଟକ ଏସସିବିର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ।

ଏହା ପରେ 27 ତାରିଖରେ ଭୁବନେଶ୍ୱର ତମାଣ୍ଡୋ ଦାସବାଟିଆରେ ପ୍ରଜାପିତା ବ୍ରହ୍ମ କୁମାରୀର ଡିଭାଇନ ଲାଇଟ ହାଉସର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ସହିତ ବାଲିଆପଡ଼ାରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+