"ସମାବର୍ତ୍ତନ ଉତ୍ସବ କେବଳ ପ୍ରମାଣପତ୍ରର ଉତ୍ସବ ନୁହେଁ, ଏହା ସାଧନାର ପର୍ବ, ସ୍ୱପ୍ନ ପୂରଣ କରିବାର ମୁହୂର୍ତ୍ତ "
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଏହି ଅବସରରେ ସେ କହିଛନ୍ତି ଯେ, ଆଜି ପ୍ରତ୍ୟେକ କ୍ଷେତ୍ରରେ ମହିଳାମାନେ ନେତୃତ୍ୱ ନେଉଛନ୍ତି । ମହିଳାମାନଙ୍କ ଆତ୍ମବିଶ୍ୱାସ ବଢ଼ିଛି, ପ୍ରତ୍ୟେକ କ୍ଷେତ୍ରରେ ଲିଡ୍ କରୁଛନ୍ତି ।
ସେ ଆହୁରି କହିଛନ୍ତି ଯେ, ଦେଶ ଜନସଂଖ୍ୟାର ଅଧା ହେଉଛନ୍ତି ମହିଳା । ତେଣୁ ଦେଶର ବିକାଶ ପାଇଁ ମହିଳାଙ୍କୁ ସଶକ୍ତ କରିବାକୁ ପଡ଼ିବ। ନାରୀ ସଶକ୍ତୀକରଣ ଉପରେ ଗୁରୁତ୍ୱ ଦେଲେ ରାଷ୍ଟ୍ରପତି ।
ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି କହିଛନ୍ତି ଯେ, ଏହା କେବଳ ପ୍ରମାଣପତ୍ରର ଉତ୍ସବ ନୁହେଁ । ଏହା ସାଧନାର ପର୍ବ, ସ୍ୱପ୍ନ ପୂରଣ କରିବାର ମୁହୂର୍ତ୍ତ । ଜ୍ଞାନର ଅନ୍ତ ନାହିଁ, ଅନ୍ୟମାନଙ୍କ ପାଇଁ ନିଜ ଜ୍ଞାନର ଉପଯୋଗ କରନ୍ତୁ । ନିଜ ପାଇଁ ବଞ୍ଚିବାର କିଛି ମାନେ ନାହିଁ, ଅନ୍ୟଙ୍କ ପାଇଁ ବଞ୍ଚନ୍ତୁ ବୋଲି ସେ କହିଛନ୍ତି।

ମଧ୍ୟାହ୍ନରେ ବ୍ରହ୍ମପୁରରୁ ବାହାରି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ରାଜଭବନରେ ମଧ୍ୟାହ୍ନ ଭୋଜନ କରିବା ପରେ ଅପରାହ୍ଣ ୩ଟା ୫୦ରେ କଟକ ଇନଡୋର ଷ୍ଟାଡିୟମ ଗସ୍ତ କରିବେ । ସେଠାରେ ବ୍ରହ୍ମକୁମାରୀଙ୍କ ସ୍ୱର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମଧ୍ୟ ରହିଛି । ସନ୍ଧ୍ୟାରେ ରାଜ ଭବନରେ ଓଡିଶା ସରକାରଙ୍କ ଦ୍ବାରା ଆୟୋଜିତ ପିଏମ ଜନମନର ପ୍ରସ୍ତୁତି ଦେଖିବେ ରାଷ୍ଟ୍ରପତି ।
କଟକ ସ୍ଥିତ ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଓଡି଼ଶା ଶାଖା ପକ୍ଷରୁ ଆଜି ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ହେବ । ଏହି ଉତ୍ସବକୁ ରାଷ୍ଟ୍ରପତି ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ତଥା ରାଜ୍ୟ ବାହାରୁ ଶତାଧିକ ଲୋକ ଯୋଗଦେବେ । ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମର ଏହି ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ହେବ ।
ସୂଚନା ଯୋଗ୍ୟ, ବୁଧବାରଠୁ ଓଡ଼ିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମ ଦିନରେ ମୟୂରଭଞ୍ଜ ଗସ୍ତ କରିଥିବା ବେଳେ ଦ୍ୱିତୀୟ ଦିନରେ କେନ୍ଦୁଝରରେ ପହଞ୍ଚିଥିଲେ ରାଷ୍ଟ୍ରପତି । ଆଉ ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବା ପରେ ଭୁବନେଶ୍ୱରରେ ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହୋଇଥିଲେ ମହାମହିମ ।
-
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
କ୍ଷେପଣାସ୍ତ୍ର ମାଡ଼ରେ ଗୋଡ଼ ହରାଇଲେ ଇରାନର ନୂଆ ସୁପ୍ରିମ ଲିଡର୍ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ପୁଣି ଖସିଲା ସୁନା-ରୂପା ରେଟ୍ -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର












Click it and Unblock the Notifications