ସ୍ପଷ୍ଟ ହେଲା ଚିତ୍ର: ଓଡ଼ିଶା ଗସ୍ତରେ ଆସିବେ ମହାମହିମ, ସୂଚନା ଦେଲେ ପୁଲିସ କମିସନର

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ନେଇ ପୁଲିସ କମିସନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି । ସେ କହିଛନ୍ତି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଓ ପୁରୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେ ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ । ସେହିଦିନ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେବେ । ୭ ତାରିଖରେ ଯିବେ ପୁରୀ ।

ରଥଯାତ୍ରା ଦେଖିବା ପରେ ରାଷ୍ଟ୍ରପତି ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବେ । ସେଦିନ ଅପରାହ୍ନରେ ଡିଭାଇନ୍ ରିଟ୍ରିଟ୍ ସେଣ୍ଟର ଉଦଘାଟନ କରିବେ । ୯ ତାରିଖ ପୂର୍ବାହ୍ନରେ ନାଇଜର୍ କାର୍ଯ୍ୟକ୍ରମରେ ଯୋଗବାର କାର୍ଯ୍ୟକ୍ରମ ରହିଛି । ସେହିଦିନ ଅପରାହ୍ଣରେ ରାଷ୍ଟ୍ରପତି ଦିଲ୍ଲୀ ଫେରିଯିବେ ।

Droupadi Murmu

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ । ରୁଟ୍ ଲାଇନ ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ପୋଲିସ କମିଶନର କହିଛନ୍ତି । ତେବେ ଆସନ୍ତା ୭ ତାରିଖରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଘୋଷଯାତ୍ରାକୁ ଶୃଙ୍ଖଳିତ, ସୁରକ୍ଷିତ ଓ ବ୍ୟବସ୍ଥିତ କରିବା ପାଇଁ ପୁରୀରେ ରଥଯାତ୍ରା ଦ୍ୱିତୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ପୁରୀ ଟାଉନ୍ ହଲ ପରିସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବୈଠକରେ ବିଭିନ୍ନ ଦିଗକୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+