ଦୁଇ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି, ସ୍ୱତନ୍ତ୍ର ବିମାନ ଯୋଗେ ବାରିପଦାରେ ପହଞ୍ଚିଲେ ମହାମହିମ
ବାରିପଦା: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରାଷ୍ଟ୍ରପତି ମୁର୍ମୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପୂର୍ବାହ୍ନ ପ୍ରାୟ 10.45 ବାରିପଦା ପୋଲିସ୍ ପଡ଼ିଆ ହେଲିପ୍ୟାଡରେ ପହଞ୍ଚିଛନ୍ତି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ରଘୁବର ଦାସ , କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ପ୍ରମୁଖ ସ୍ୱାଗତ କରିଛନ୍ତି । ଏହାପରେ କଡ଼ା ସୁରକ୍ଷା ମଧ୍ୟରେ ତାଙ୍କୁ ସାନ୍ତାଳୀ ଲେଖକ ସଂଘ ଅଧିବେଶନ ସ୍ଥଳକୁ ନିଆଯାଇଛି ।

ରାଷ୍ଟ୍ରପତି ସେଠାରେ ପ୍ରଥମେ ବାରିପଦାରେ 36 ତମ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ ଉଦବୋଧନ ଦେବେ । ଏହାପରେ ସର୍କିଟ୍ ହାଉସରେ ମଧ୍ୟାହ୍ନ ଭୋଜନ ଓ ବିଶ୍ରାମ ପରେ କୁଳିଅଣାରେ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଲୋକର୍ପଣ କରିବେ ।
ଆସନ୍ତାକାଲି ରାଇରଙ୍ଗପୁରରୁ 3 ୩ଟି ନୂଆ ଟ୍ରେନର ସେ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି । ବାଦାମପାହାଡ଼ରୁ ରାଇରଙ୍ଗପୁର ଟ୍ରେନ୍ ଯାତ୍ରାବେଳେ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିବେ ରାଷ୍ଟ୍ରପତି । ତାଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶେଶ୍ୱର ଟୁଡୁ ପ୍ରମୁଖ ସାମିଲ ହେବା କାର୍ଯ୍ୟକ୍ରମ ରହିଛି ।
ରାଷ୍ଟ୍ରପତି ହେବା ପରେ ଦ୍ୱିତୀୟ ଥର ପାଇଁ ରାଇରଙ୍ଗପୁର ଯାଉଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେଠି ବି କିଛି ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବେ ଓ ନିଜ ମହୁଲଡିହା ବାସଭବନରେ ରାତ୍ରୀଯାପନ କରିବେ ।












Click it and Unblock the Notifications