ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିନ
ଭୁବନେଶ୍ୱର : ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନ। ରାଜଭବନରେ ଆଦିମ ଜନଜାତି ସମ୍ପ୍ରଦାୟ ସଦସ୍ୟଙ୍କ ସହ ମତ ବିନିମୟ କରିବେ। ପରେ ଟମାଣ୍ଡୋ ଦଶବାଟିଆରେ ବ୍ରହ୍ମକୁମାରୀ ସେଣ୍ଟରରେ ଲାଇଟ୍ ହାଉସ୍ କମ୍ପେ୍ଲକ୍ସର ଶିଳାନ୍ୟାସ କରିବେ ।
ବ୍ୟାପକ ପ୍ରସ୍ତୁତି ସହ ଚଳଚଞ୍ଚଳ ରାଜଧାନୀ । ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଚଳିତ ବର୍ଷର ପ୍ରଜାପିତା ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ବବିଦ୍ୟାଳୟର ''ସକାରାତ୍ମକ ପରିବର୍ତ୍ତନର ବର୍ଷ'' କାର୍ଯ୍ୟକ୍ରମକୁ ମଧ୍ୟ ଶୁଭାରମ୍ଭ କରିବେ । ଏହି କାର୍ଯ୍ୟକ୍ରମ ଅଧୀନରେ ଦେଶବ୍ୟାପୀ ଆଲୋଚନାଚକ୍ର ଓ ସମ୍ମିଳନୀ ଆୟୋଜନ କରାଯାଉଛି ।

ଗତକାଲି ପ୍ରଥମେ କଟକର ଅଧିଷ୍ଠାତ୍ରୀ ଦେବୀ ମା' ଚଣ୍ଡୀଙ୍କୁ ଦର୍ଶନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଟକ ଚଣ୍ଡି ମନ୍ଦିରରେ ପହଞ୍ଚି ମା'ଙ୍କ ପୂଜାର୍ଚ୍ଚନା କରିଥିଲେ ରାଷ୍ଟ୍ରପତି ।
ଏହା ପରେ ଶୈଳବାଳା ମହିଳା ମହାବିଦ୍ୟାଳୟପରିଦର୍ଶନ କରି ମଧୁବାବୁ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରେ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟକୁ ଯାଇଥିଲେ। ପରେ କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଓଡିଶା ହାଇକୋର୍ଟର ୭୫ ତମ ପ୍ରତିଷ୍ଠା ସମାରୋହର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।
ପରେ SCB ମେଡିକାଲ କଲେଜ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି। ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ।
ଭିଭିଆଇପି ସୁରକ୍ଷା ବ୍ୟବସ୍ଥାକୁ ଏଡ଼ାଇ ପ୍ରୋଟକଲ ଭାଙ୍ଗିଥିଲେ ରାଷ୍ଟ୍ରପତି । ଗାଡ଼ିରୁ ଓହ୍ଳାଇ ରାସ୍ତାରେ ପିଲାଙ୍କୁ ଭେଟିବା ସହ ଚକୋଲେଟ୍ ଦେଇଥିଲେ । ଏହି ସମୟରେ କୁନି କୁନି ପିଲାଙ୍କ ସହ କଥା ହୋଇ ଭବିଷ୍ୟତ ଗଠନ ଉପରେ ପରାମର୍ଶ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।












Click it and Unblock the Notifications