ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ପାରାଦ୍ୱୀପ ବୋଇତ ବନ୍ଦାଣ କାର୍ଯ୍ୟକ୍ରମର କରିବେ ଉଦଘାଟନ
ଭୁବନେଶ୍ୱର: ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରବିବାର (26 ତାରିଖ) ସନ୍ଧ୍ୟା 6ଟାରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ ମହାମହିମ । ଏହା ପରେ କଡ଼ା ସୁରକ୍ଷା ବଳୟରେ ରାଜଭବନ ଯିବେ । ସେଠାରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି ।

ଏହା ପରେ 27 ତାରିଖ ସକାଳେ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ପାରାଦୀପ ଯିବେ । ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଉଦ୍ଘାଟନ କରିବେ । ପାରାଦୀପରୁ ଅପରାହ୍ନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେଠାରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଫେରିଯିବେ ।
ଏ ନେଇ ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ପୋଲିସ ପକ୍ଷରୁ କାରକେଡ୍ ରିହର୍ସାଲ କରାଯାଇଥିଲା । ଏଥିରେ ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଡିସିପି ପ୍ରତୀକ ସିଂହ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ସାମିଲ ଥିଲେ ।












Click it and Unblock the Notifications