ଉତ୍କଳ ବିଶ୍ୱବିଦ୍ୟାଳୟର ସମାଵର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି
ଭୁବନେଶ୍ୱର: ଆସନ୍ତାକାଲି (ଫେବୃଆରୀ 28 ) ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଚ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଗସ୍ତ ସମୟରେ ମହାମହିମ ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଯୋଗଦେବେ ।

ଫେବୃାରୀ 29 ତାରିଖରେ ଉତ୍କଳ ବିଶ୍ୱବିଦ୍ୟାଳୟର 53 ତମ ସମାଵର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ । ଏ ନେଇ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ସୂଚନା ଦେଇଛନ୍ତି । ସେ କହିଛନ୍ତି, ସନ୍ଧ୍ୟା 5.25 ରେ କାର୍ଯ୍ୟକ୍ରମ ଆରମ୍ଭ ହେବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । କୁଳଧିପତି ତଥା ରାଜ୍ୟପାଳ ରଘୁବର ଦାସ ଏହି କାର୍ଯ୍ୟକ୍ରମରେ ଅଧକ୍ଷତା କରିବେ । ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମଧ୍ୟ ଅନ୍ୟତମ ଅତିଥି ଭାବେ ରହିବେ । ଏହି କାର୍ଯ୍ୟକ୍ରମ 6.25 ପର୍ଯ୍ୟନ୍ତ ଚାଲିବ । ଏହି ଅବସରରେ 166 ଜଣ ପିଏଚଡି ପାଇବେ ଏବଂ 95 ସ୍ବର୍ଣ୍ଣ ପଦକ ଏବଂ 6 ଜଣଙ୍କୁ ଏଣ୍ଡୋମେଣ୍ଟ ଭାବେ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯିବ ।
ଏଥର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ର, ଆଇଏମଡ଼ି ଡ଼ିଜି ମୃତ୍ୟୁଞ୍ଜୟ ମହାପାତ୍ର ଓ ହିଣ୍ଡାଲକୋର ପରିଚାଳନା ନିର୍ଦେଶକ ସତୀଶ ସମ୍ମାନସୂଚକ ଡ଼କ୍ଟରେଟ ଉପାଧିରେ ସମ୍ମାନିତ ହେବେ ।
-
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ଯୁଦ୍ଧର ବଡ଼ ପ୍ରଭାବ ; ମିଳୁନି କ୍ରିକେଟ୍ ବଲ୍; ନୂଆ ସିଜିନ୍ ପୂର୍ବରୁ ବଢିଲା ଟେନସନ୍ -
୫ ବିଶ୍ୱନେତାଙ୍କ ସହ କଥା ହେଲେ ମୋଦି -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଗୃହକୁ ୧୧ଟା ୩୦ ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ












Click it and Unblock the Notifications