ଦାମୋଦର ରାଉତଙ୍କ ବିୟୋଗ; ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟ ରାଜନୀତିର ମହାଦ୍ରୁମ ତଥା ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଏଗକ ଘରୋଇ ହସ୍ପିଟାଲରେ ଶୁକ୍ରବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଡ଼ ଦାମୋଦର ରାଉତ ।
ଦାମ ରାଉତଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦାମ ରାଉତଙ୍କ ପରଲୋକରେ ଶୋକ ପ୍ରକାଶ କରି ଲେଖିଛନ୍ତି ରାଜ୍ୟର ବିକାଶ ଲାଗି ଦାମୋଦର ରାଉତଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ । ଏକାଧିକ ଥର ସେ ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିଭିନ୍ନ ବିଭାଗର ମନ୍ତ୍ରୀ ପଦରେ ରହି ସେବା କରି ଆସିଛନ୍ତି । ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
Saddened by the demise of veteran leader Shri Damodar Rout who served as minister several times in Odisha Government. Shri Rout's contribution to the progress of Odisha and the country will always be remembered. My deepest condolences to his family members and followers.
— President of India (@rashtrapatibhvn) March 22, 2024
ଏହା ସହ ରାଜ୍ୟପାଳ ରଘୁବର ଦାସ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଦାମ ରାଉତଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ଶୋକସନ୍ତପ୍ତ ପରିବାର ଏବଂ ଅନୁଗାମୀମାନଙ୍କୁ ସମବେଦନା ଜଣାଇଛନ୍ତି । ଦକ୍ଷ ବିଧାୟକ, କ୍ରିୟାଶୀଳ ମନ୍ତ୍ରୀ ଓ ଲୋକପ୍ରିୟ ରାଜନେତା ଭାବେ ତାଙ୍କର ପ୍ରତିଷ୍ଠା ରହିଛି ବୋଲି କହିଛନ୍ତି ରାଜ୍ୟପାଳ ।
वरिष्ठ नेता तथा ओड़िशा सरकार में पूर्व मंत्री डॉ. दामोदर राउत जी के निधन का समाचार बेहद पीड़ादायक है। ईश्वर दिवंगत आत्मा को शांति दें।
मैं शोक संतप्त परिवार के प्रति संवेदना व्यक्त करता हूं। सार्वजनिक क्षेत्र में उनके असाधारण योगदान के लिए उन्हें हमेशा याद किया जाएगा।
विनम्र… pic.twitter.com/us1eJuJXgd
— Raghubar Das (@dasraghubar) March 22, 2024
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦାମ ରାଉତଙ୍କୁ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି ବୋଲି ସୋସିଆଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ୟ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି ସହ ଶୋକସନ୍ତପ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ନବୀନ ପଟ୍ଟନାୟକ ।
ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା…
— Naveen Patnaik (@Naveen_Odisha) March 22, 2024












Click it and Unblock the Notifications