ଭୁବନେଶ୍ୱର ଏମ୍ସରେ ଗୁରୁତର ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି

ଏଫଏମ କଲେଜରେ ଜୀଅନ୍ତା ଜଳି ହାତ୍ମାହୁତି ହେଇଥିବା ପୀଡ଼ିତା ସୌମ୍ୟାଶ୍ରୀଙ୍କୁ ଭେଟିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ସୌମ୍ୟାଶ୍ରୀଙ୍କ ଅବସ୍ଥା ପଚାରି ବୁଝିବା ସାଙ୍ଗକୁ ଡାକ୍ତରଙ୍କ ସହ ଚିକିତ୍ସା ସମ୍ପର୍କରେ ସମ୍ପୂର୍ଣ୍ଣ ଆଲୋଚନା କରିଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ଏକ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିବାବେଳେ ବର୍ଣ୍ଣ ୟୁନିଟିକୁ ଯାଇ ସୋମ୍ୟାଶ୍ରୀଙ୍କୁ ଭେଟିଛନ୍ତି ।

DROUPADI MURMU

ସେଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ଭୁବନେଶ୍ୱର ସାଂସଦ ଅପରାଜିତା ଷଢ଼ଙ୍ଗୀ ଉପସ୍ଥିତ ଥିବା ଜଣାପଡ଼ିଛି । ଏଫଏମ କଲେଜର ନିଲମ୍ବିତ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷଙ୍କୁ ଆଜି ପୋଲିସ ଗିରଫ କରିଛି । ସେପଟେ ଏଜୁକେଶନ ଡିପାର୍ଟମେଣ୍ଟ ଏଚଓଡି, ଯେ ସୌମ୍ୟାଶ୍ରୀଙ୍କୁ ଖରାପ ବ୍ୟବହାର ଦେଖାଇଥିଲେ ତାଙ୍କୁ ମଧ୍ୟ ପୂର୍ବରୁ ପୋଲିସ ଗିରଫ କରିସାରିଛି ।

ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀ ଏଚଓଡିଙ୍କ ଦ୍ୱାରା ବାରମ୍ବାର ଶାରୀରିକ ଓ ମାନସିକ ନିର୍ଯ୍ୟାତନା ପାଇ ଶେଷରେ ଆତ୍ମାହୁତି ଉଦ୍ୟମ କରିଥିଲେ । ଏବେ ସେ ଏମ୍‌ସରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କର ସ୍ୱାସ୍ଥ୍ୟବସ୍ଥା ସଂଙ୍କଟାପନ୍ନ ରହିଛି । ଏହି ଘଟଣାରେ ଏଫ୍‌ଏମ୍ କଲେଜ ଅଧ୍ୟକ୍ଷ ଓ ଏଚଓଡିଙ୍କୁ ଉଚ୍ଚଶିକ୍ଷା ବିଭାଗ ନିଲମ୍ବିତ କରିଥିଲା। ଏଥିସହ ପୁଲିସ କଲେଜ ଅଧ୍ୟକ୍ଷ ଓ ଏଚଓଡିଙ୍କୁ ଗିରଫ କରିଛି। ଏହ ଘଟଣାର ଉଚ୍ଚଶିକ୍ଷା ବିଭାଗର ଏକ ଟିମ ତଦନ୍ତ କରିବା ସହ କ୍ରାଇମବ୍ରାଞ୍ଚ ମଧ୍ୟ ତଦନ୍ତ କରୁଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+