ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ : ପହଞ୍ଚିଲେ ମହାମହିମ, ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ
ଭୁବନେଶ୍ୱର : ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିଛନ୍ତି ମହାମହିମ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜଭବନ ଆଭିମୁଖେ ବାହାରିଛନ୍ତି ।

ମହାମହିମଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ । ରାଷ୍ଚ୍ରପତିଙ୍କ କାରକେଡ୍ କୁ ସୁରକ୍ଷା ଦେବାକୁ ବ୍ଲୁ ବୁକ୍ ଅନୁଯାୟୀ ହୋଇଛି କଡ଼ା ସୁରକ୍ଷା ବ୍ୟବସ୍ଥା । ରାଜଭବନରେ ରାତ୍ରୀଯାପନ କରିବା ସହ ଆସନ୍ତା କାଲି କଟକ ଗସ୍ତରେ ଯାଇ 7 ଟି ଭିନ୍ନ ଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ।
ରାଷ୍ଟ୍ରପତି ରାଜଭବନ ପରିସରରେ ସନ୍ଧ୍ୟା 7ଟାରେ ଅତୁଟ ବନ୍ଧନ ପରିବାର ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ। ଏହାପରେ ରାଜଭବନ ପରିସରରେ ନିର୍ମାଣ ହେବାକୁ ଥିବା ନୂଆ କୋଠାର ଶିଳାନ୍ୟାସ କରିବେ ।
ଆସନ୍ତା କାଲି ପ୍ରଥମେ କଟକ ଚଣ୍ଡୀଙ୍କ ଦର୍ଶନ କରିବେ ମହାମହିମ । ଏହା ପରେ ମଧୁବାବୁଙ୍କ ବାସସ୍ଥାନ ପରିଦର୍ଶ କରି ପୁଷ୍ପମାଲ୍ୟ ଅର୍ପଣ କରିବେ । ପରେ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟକୁ ଯିବେ । ଏହାପରେ କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଓଡିଶା ହାଇକୋର୍ଟର 75 ତମ ପ୍ରତିଷ୍ଠା ସମାରୋହର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତୀଥି ଭାବେ ଯୋଗ ଦେବେ । ପରେ ନୂଆକରି ପ୍ରତିଷ୍ଠା ହୋଇ ଥିବା ନ୍ୟାୟିକ ମ୍ୟୁଜିୟମ ପରିଦର୍ଶନ କରିବେ ।
ଏହା ପରେ ରାଷ୍ଟ୍ରପତି ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ । ଏହାପରେ କଟକ ଏସସିବିର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ।
ଏହା ପରେ 27 ତାରିଖରେ ଭୁବନେଶ୍ୱର ତମାଣ୍ଡୋ ଦାସବାଟିଆରେ ପ୍ରଜାପିତା ବ୍ରହ୍ମ କୁମାରୀର ଡିଭାଇନ ଲାଇଟ ହାଉସର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ସହିତ ବାଲିଆପଡ଼ାରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ ।












Click it and Unblock the Notifications