ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, ଜନ୍ମମାଟି ଯିବେ ମହାମହିମ
President Of India To Visit Odisha: ଆସନ୍ତା ୬ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ମିଳିଥିବା ସୂଚନା ଅନୁସାରେ, ୩ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଆସିବେ ରାଷ୍ଟ୍ରପତି । ଏହି ସମୟରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ସେହିପରି ୬ରେ ଦୁଇଦିନିଆ ମୟୂରଭଞ୍ଜ ଗସ୍ତରେ ଯିବେ ରାଷ୍ଟ୍ରପତି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।
ସୂଚନା ଅନୁସାରେ, ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଡିସେମ୍ବର ୩ ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଏହି ସମୟରେ ସେ ୩ ଦିନ ଧରି ଭୁବନେଶ୍ୱର ଓ ପୁରୀଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ୬ ତାରିଖରେ ମୟୂରଭଞ୍ଜ ଗସ୍ତରେ ଯିବେ ରାଷ୍ଟ୍ରପତି । ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ଼ସ୍ଥିତ ରଙ୍ଗାମାଟିଆ ଅସ୍ଥାୟୀ ହେଲିପ୍ୟାଡ୍ରେ ଅବତରଣ କରିବା ପରେ ଜନ୍ମମାଟି ଉପରବେଡ଼ା ଗସ୍ତରେ ଯିବେ ।

ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଉପଖଣ୍ଡ ଚିକିତ୍ସାଳୟରେ ଏସ୍ଏଲ୍ଏସ୍ ଟ୍ରଷ୍ଟ ପକ୍ଷରୁ ଏକ ଯାନର ଲୋକାର୍ପଣ ସହ ରାଇରଙ୍ଗପୁରସ୍ଥିତ ମହିଳା ମହାବିଦ୍ୟାଳୟରେ ଛାତ୍ରୀଛାତ୍ର ଓ ଶିକ୍ଷକଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ପରେ ପୂର୍ଣ୍ଣେଶ୍ୱର ମହାଦେବ ମନ୍ଦିରରେ ଦର୍ଶନ କରିବା ସହ ଗଣେଶଙ୍କୁ ଆଳତି କରିବେ। ପରଦିନ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ପରେ ସମାନ ଦିନ ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ ! -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା












Click it and Unblock the Notifications