Get Updates
Get notified of breaking news, exclusive insights, and must-see stories!

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ପବିତ୍ର ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ 'X'ରେ ରଥଯାତ୍ରାର ଏକ ଭିଡିଓ ଶେୟାର କରି କହିଛନ୍ତି, ମହାପ୍ରଭୁ ଆମ ପାଇଁ ଆରାଧ୍ୟ ଓ ପ୍ରେରଣା...ପୂରା ବିଶ୍ୱରେ ରଥଯାତ୍ରାର ସ୍ବତନ୍ତ୍ର ପରିଚୟ ରହିଛି। ବିଭିନ୍ନ ରାଜ୍ୟରେ ଧୂମଧାମ୍‌ରେ ରଥଯାତ୍ରା ପାଳନ କରାଯାଏ। ପୁରୀରେ ଅନୁଷ୍ଠିତ ହେଉଥିବା ରଥଯାତ୍ରା ଅଭୁତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ପବିତ୍ର ରଥଯାତ୍ରା ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମଗ୍ର ଦେଶ ତଥା ଦେଶ ବାହାରେ ରହୁଥିବା ମହାପ୍ରଭୁଙ୍କ ଭକ୍ତଗଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ଶ୍ରୀଜିଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ। ସାରା ପୃଥିବୀରେ ଶାନ୍ତି, ମୈତ୍ରୀ ଏବଂ ସଂପ୍ରୀତି ଅବ୍ୟାହତ ରହୁ ବୋଲି ରାଷ୍ଟ୍ରପତି କାମନା କରିଛନ୍ତି।

extend greetings on Rath Yatra

ଆଜି ସମଗ୍ର ଦେଶରେ ଭକ୍ତି ଓ ବିଶ୍ୱାସର ଏକ ମହା ମିଳନ ଦେଖିବାକୁ ମିଳିଛି। ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମଗ୍ର ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି, କୋଟି ଓଡ଼ିଆଙ୍କ ମଉଡ଼ମଣି ହେଉଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ। ରାଜ୍ୟର ବିକାଶ ତଥା ସମସ୍ତଙ୍କର କଲ୍ୟାଣ ପାଇଁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଚରଣକମଳରେ ମୁଁ ପ୍ରାର୍ଥନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+