ଦୁଇ ଦିନିଆ ଗସ୍ତରେ ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରାଜଧାନୀ ଭୁବନେଶ୍ବରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭାରତୀୟ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ରାଷ୍ଟ୍ରପତି ଶନିବାର ସନ୍ଧ୍ୟା 6.25ରେ ଭୁବନେଶ୍ବର ଅନ୍ତର୍ଜାତୀୟ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି ।

ଭୁବନେଶ୍ବର : ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରାଜଧାନୀ ଭୁବନେଶ୍ବରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭାରତୀୟ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ରାଷ୍ଟ୍ରପତି ଶନିବାର ସନ୍ଧ୍ୟା 6.25ରେ ଭୁବନେଶ୍ବର ଅନ୍ତର୍ଜାତୀୟ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି । ସେଠାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଢ଼ଙ୍ଗୀ, ଭୁବନେଶ୍ବର ସାଂସଦ ଅପରାଜିତା ଷଢ଼ଙ୍ଗୀ, ବିରୋଧୀଦଳ ନେତା ପ୍ରଦୀପ୍ତ ନାୟକ ଏବଂ ରାଜ୍ୟ ସରକାରଙ୍କର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ରାଷ୍ଟ୍ରପତି ବିମାନବନ୍ଦରରୁ ରାଜଭବନ ଯାଇଛନ୍ତି ଏବଂ ସେଠାରେ ସେ ଆଜି ରାତ୍ରୀଯାପନ କରିବେ ।

Ram-Nath-Kovind

ଦୁଇଦିନିଆ ଗସ୍ତ ସମୟରେ ରାଷ୍ଟ୍ରପତି 21 ତାରିଖରେ ରାଉରକେଲା ଗସ୍ତା କରି ସେଠାରେ ଏନଆଇଟି ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ । ଏହା ସହ ଅପରାହ୍ନରେ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ମଧ୍ୟ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପରେ ସେ ଭୁବନେଶ୍ୱ ଫେରି ରାଜଭବନରେ ରାତ୍ରୀଯାପନ କରିବେ । ଏହା ପର ଦିନ ଅର୍ଥାତ୍ 22 ତାରିଖ ଦିନ ରାଷ୍ଚ୍ରପତି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ କୋଣାର୍କ ପରିଦର୍ଶନ କରିବେ । ଏହା ପରେ ସନ୍ଧ୍ୟା 5ଟାରେ ପୁଣି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟସୂଚୀ ରହିଛି ।

ରାଷ୍ଟ୍ରପତିଙ୍କ ଗସ୍ତକୁ ଆଖିରେ ରଖି କମିଶନରେଟ ପୋଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବିମାନ ବନ୍ଦରରୁ ରାଜଭବନ ଯାଏଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡି ରହିଛି । 30 ପ୍ଲାଟୁନ ଫୋର୍ସ, ହୋମଗାର୍ଡ ଅନ୍ୟ ସୁରକ୍ଷା କର୍ମୀ ମୁତୟନ ହୋଇଛନ୍ତି । ସୁରକ୍ଷା ତଦାରଖ ଲାଗି 100 ରୁ ଅଧିକ ଅଫିସର , 8 ଜଣ ଅତିରିକ୍ତ ଏସପି ,12 ଏସିପି, 17ଜଣ ଇନ୍ସପେକ୍ଟର ନିୟୋଜିତ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+