21ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି କୋବିନ୍ଦ : ଜାଣନ୍ତୁ କାର୍ଯ୍ୟସୂଚୀ
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା 21 ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । 22 ତାରିଖରେ ସେ କୋଣାର୍କ ଯାଇ ସୂର୍ଯ୍ୟମନ୍ଦିର ଦେଖିବା କାର୍ଯ୍ୟକ୍ରମ ରହିଛି । ଭାରତୀୟ ତୈଳ ନିଗମ ପକ୍ଷରୁ କୋଣାର୍କରେ ନିର୍ମିତ ବ୍ୟାଖ୍ୟାନମାଳା ପରିଦର୍ଶନ କରିବେ ।
ଭୁବନେଶ୍ୱର : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା 21 ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । 22 ତାରିଖରେ ସେ କୋଣାର୍କ ଯାଇ ସୂର୍ଯ୍ୟମନ୍ଦିର ଦେଖିବା କାର୍ଯ୍ୟକ୍ରମ ରହିଛି । ଭାରତୀୟ ତୈଳ ନିଗମ ପକ୍ଷରୁ କୋଣାର୍କରେ ନିର୍ମିତ ବ୍ୟାଖ୍ୟାନମାଳା ପରିଦର୍ଶନ କରିବେ । ଏଥିସହିତ ସେଠାରୁ ଯାଇ ରାଉରକେଲାର ଏନଆଇଟି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗଦାନ କରିବେ ।

ରାଷ୍ଟ୍ରପତିଙ୍କ କୋଣାର୍କ ଏବଂ ରାଉରକେଲା ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି । ରାଷ୍ଟ୍ରପତି ଦାୟିତ୍ୱ ନେବା ପରେ ଶ୍ରୀ କୋବିନ୍ଦଙ୍କର ଏହା ପ୍ରଥମ କୋଣାର୍କ ପରିଦର୍ଶନ । ରାଷ୍ଟ୍ରପତିଙ୍କ ଏହି କାର୍ଯ୍ୟକ୍ରମ ସହ ପୁରୀ ଯୋଡାଯିବାର ସମ୍ଭାବନା ରହିଛି । ହେଲେ ବର୍ତ୍ତମାନ ସୁଦ୍ଧା କେବଳ କୋଣାର୍କ ଓ ଏନଆଇଟି ଗସ୍ତ କାର୍ଯ୍ୟକ୍ରମ ଚୁଡାନ୍ତ ହୋଇଥିବା ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି । ରାଜ୍ୟପାଳ ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବେ । ସେହିପରି ଭୁବନେଶ୍ୱର ରାଜଭବନରେ ରାଷ୍ଟ୍ରପତି ଅବସ୍ଥାନ କରିବେ ବୋଲି ଚୁଡାନ୍ତ ହୋଇଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications