Get Updates
Get notified of breaking news, exclusive insights, and must-see stories!

ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦୁଇ ଦିନିଆ ଓଡିଶା ଗସ୍ତ, ଦର୍ଶନ କରିବେ ମହାପ୍ରଭୁଙ୍କୁ

ଭୁବନେଶ୍ବର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଓଡିଶା ଆସୁଛନ୍ତି । ଆଜି ଅପରାହ୍ଣ ୨ଟା ୩୦ରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ଅହଞ୍ଚିବା ପରେ ଅପରାହ୍ନ ୩ଟା ୦୫ରେ ପୁରୀ ହେଲିପ୍ୟାଡରେ ପହଞ୍ଚିଛନ୍ତି । ହେଲିପ୍ୟାଡରୁ ୩ଟା ୧୫ରେ ବାହାରି ୩ଟା ୨୫ରେ ରାଜଭବନରେ ଅବସ୍ଥାନ କରିବେ । ୪ଟା ୫୦ରେ ରାଜଭବନରୁ ବାହାରି ଶ୍ରୀମନ୍ଦିରକୁ ଯିବେ । ସଂଧ୍ୟା ୫ଟାରୁ ୫ଟା ୪୫ ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ । ଅପରାହ୍ନ ୫ଟାରେ ଶ୍ରୀମନ୍ଦର ଦର୍ଶନ କାର୍ଯ୍ୟକ୍ରମ ଥିବାରୁ ସିଂହଦ୍ୱାର ନିକଟରେ ଅସ୍ଥାୟୀ ବିଶ୍ରାମ ସ୍ଥଳ ନିର୍ମାଣ କରାଯାଇଛି ।

President of India

ରାଷ୍ଟ୍ରପତିଙ୍କ ପାଇଁ ସଜେଇ ହୋଇଛି ପୁରୀ ରାଜଭବନ । ଦୁଇଦିନିଆ ଗସ୍ତ କାର୍ଯ୍ୟକ୍ରମରେ ଆସି ରାଜଭବନରେ ରାତ୍ରୀଯାପନ କରିବେ ରାଷ୍ଟ୍ରପତି । ରାଜଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ରାଷ୍ଟ୍ରପତିଙ୍କ ପତ୍ନୀ ତଥା ଦେଶର ପ୍ରଥମ ମହିଳା ସବିତା କୋବିନ୍ଦ ଏବଂ ତାଙ୍କ ଝିଅଜ୍ୱାଇଁ ଓ ରାଜ୍ୟପାଳ ଗଣେଶୀ ଲାଲ ରହିବେ । ସେପଟେ ରାଷ୍ଟ୍ରପତିଙ୍କ ସହ ଆସିଥିବା ୪୦ ଜଣ ଅତିଥି ଘରୋଇ ହୋଟେଲରେ ରହିବେ । ଅଫିସିଆଲ୍ କର୍ମକର୍ତା ସର୍କିଟ ହାଉସ୍ ଓ ପାନ୍ଥନିବାସରେ ରହିବା ପାଇଁ ବ୍ୟବସ୍ଥା କରାଯାଇଛି । ୨୦ ତାରିଖରେ ଗୌଡୀୟ ମଠ ପରିଦର୍ଶନ କରି ଆଳତୀ କର୍ଯ୍ୟକ୍ରମରେ ଯୋଗଦେବେ । ପୂର୍ବାହ୍ନ ୧୧ଟାରେ ଶରଧାବାଲିରେ ଆୟୋଜିତ ତ୍ରିବର୍ଷିୟ ଶ୍ରୀଚୈତନ୍ୟ ଗୌଡିୟ ମଠର ପ୍ରତିଷ୍ଠାତା ଶ୍ରୀଲ ପ୍ରଭୁପାଦଙ୍କ ୧୫୦ତମ ଜୟନ୍ତୀ କାଯ୍ୟକ୍ରମକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ସୁରକ୍ଷା ବ୍ୟବସ୍ଥା କଡାକଡି:
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ୪୦ପ୍ଲାଟୁନ ଫୋର୍ସ ଓ ୨ଶହ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ହେଲିପ୍ୟାଡଠାରୁ ଆରମ୍ଭ କରି ବଡଦାଣ୍ଡ ଓ ଶ୍ରୀମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଡିଂ କରାଯାଇଛି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+