ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତିଙ, ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ ହେବେ ୫୦ ପ୍ଲାଟୁନ୍ ପୋଲିସ ଫୋର୍ସ

ଓଡିଶା ଆସୁଛନ୍ତି ରାଷ୍ଟ୍ରପତି, ଜୋରଦାର ଚାଲିଛି ପ୍ରସ୍ତୁତି । ମହାମହିମଙ୍କ ଓଡିଶା ଗସ୍ତ ପାଇଁ ପ୍ରସ୍ତୁତ ରହିଛି ପୋଲିସ, ବ୍ୟାପକ ହେବ ସୁରକ୍ଷା ବ୍ୟବସ୍ଥା । ଆସନ୍ତା ୧୪ ତାରିଖରେ ଭୁବନେଶ୍ୱର ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଭୁବନେଶ୍ୱର ଗସ୍ତ ପାଇଁ ପ୍ରସ୍ତୁତ ରହିଛି ପୋଲିସ ପ୍ରଶାସନ ।

President
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ନିୟୋଜିତ ହେବେ ୫୦ ପ୍ଲାଟୁନ ଫୋର୍ସ । ୮ ଜଣ ଡିସିପି ରାଙ୍କ ଅଫିସର ବି ନିୟୋଜିତ, ୧୧ ଜଣ ଅତିରିକ୍ତ ଡିସିପି, ୩୧ ଜଣ ଏସିପି ରାଙ୍କ ଅଫିସର, ୪୪ ଇନ୍ସପେକ୍ଟର ନିୟୋଜିତ, ୧୮୦ ଜଣ ସବ ଇନ୍ସପେକ୍ଟର ନିୟୋଜିତ । ସେହିପରି ଏମ୍ସ ଭୁବନେଶ୍ୱର, ରାଜଭବନ ଓ ବିଭିନ୍ନ ଟ୍ରାଫିକ ପୋଷ୍ଟ ଓ ନାକା ଅଞ୍ଚଳରେ ପୋଲିସ ଫୋର୍ସ ନିୟୋଜିତ ରହିବେ । ଭୁବନେଶ୍ୱର ଏମ୍ସରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରାଯାଇଥିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ଜଗମୋହନ ମୀନା ।
ତେବେ ଆସନ୍ତା ୧୪ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଦୁଇଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

୧୪ ତାରିଖ ସନ୍ଧ୍ୟାରେ ରାଷ୍ଟ୍ରପତି ଏମ୍ସ ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ। ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପରେ କଟକ ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସେହିଦିନ କଟକରେ ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବା ସହ 'କଳିଙ୍ଗ ରତ୍ନ ପୁରସ୍କାର-୨୦୨୪' ପ୍ରଦାନ କରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+