ଆସନ୍ତାକାଲିଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି , ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଓଡ଼ିଶାକୁ ଦୁଇଦିନିଆ ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତି ଆସନ୍ତାକାଲି ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ- ଏମ୍ସର ପଞ୍ଚମ ସମାବର୍ତ୍ତନ ସମାରୋହରେ ଯୋଗଦେବେ । ସେ ସେଠାରେ ୩୧ ଜଣଙ୍କୁ ସ୍ୱର୍ଣ୍ଣପଦକ ଏବଂ ୬୪୩ ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରିବେ ।

ମଙ୍ଗଳବାର ଦିନ ପୂର୍ବାହ୍ନରେ ଶ୍ରୀମତୀ ମୁର୍ମୁ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବା ପରେ କଟକ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତୀକରଣକାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ସେହିଦିନ କଟକଠାରେ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ସାରଳା ଦାସଙ୍କ ଛଅଶହତମ ଜୟନ୍ତୀରେ ଯୋଗଦେବା ସହ କଳିଙ୍ଗରତ୍ନ ପୁରସ୍କାର-୨୦୨୪ ପ୍ରଦାନକରିବେ । ବିଭିନ୍ନ କାର୍ଯ୍ୟକ୍ରମ ଶେଷକରି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମଙ୍ଗଳବାରଦିନ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟସୂଚୀ ରହିଛି ।
More From
-
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ଅଲୀ ଲାରିଜାନୀ ନିହତ, ଆମେରିକା-ଇସ୍ରାଏଲର ବଡ ଦାବି -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ... -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୧୮ ଦିନରେ ଇରାନ ଇସ୍ରାଏଲ ଓ ଆମେରିକା ଯୁଦ୍ଧ, ବନ୍ଦ ହେବାରେ ଆଶା କ୍ଷଣ -
ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର, ମେଡିକାଲରେ ଭର୍ତ୍ତି -
ଡମଣା ଓ ଭିଏସ୍ଏସ୍ ନଗର ହାଟ ହେବ ପ୍ଲାଷ୍ଟିକ ଫ୍ରି ମାର୍କେଟ, ଆରମ୍ଭ ହେଲେ ପ୍ରକ୍ରିୟା -
ପୁଣି SCB ମେଡିକାଲରେ ଅଘଟଣ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
ବିଧାନସଭାରେ ଅଚଳାବସ୍ଥା ଜାରି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି












Click it and Unblock the Notifications