President Odisha Visit: ଗସ୍ତର ଶେଷ ଦିନରେ ସମ୍ବଲପୁର ଯିବେ ମହାମହିମ ଦ୍ରୌପଦୀ ମୁର୍ମୁ
President Odisha Visit: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଚତୁର୍ଥ ଦିନ । ଗସ୍ତର ଶେଷ ଦିନରେ ଆଜି ମହାମହିମ ସମ୍ବଲପୁର ଯିବେ । ସେଠାରେ ସନ୍ଥକବି ଭୀମ ଭୋଇଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନ ପରିଦର୍ଶନ କରିବେ । ସମ୍ବଲପୁର ମିନି ଷ୍ଟାଡିୟମରେ ମହିମା ସଂପ୍ରଦାୟର ଅନୁଗାମୀକୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ସକାଳ 10.50 ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚି 11.45 ମିନିଟରେ ରେଢ଼ାଖୋଲ କଦଳୀଗଡ ହାଇସ୍କୁଲ ପଡ଼ିଆରେ ପହଞ୍ଚିବେ ରାଷ୍ଟ୍ରପତି l ଦିନ 12.10 ମିନିଟରେ ସନ୍ଥ କବି ଭୀମ ଭୋଇଙ୍କ ଜନ୍ମସ୍ଥଳୀ ମଧୁପୁର ଯାଇ ଭୀମ ଭୋଇଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଳ ଅର୍ପଣ କରିବେ l ଏହାପରେ ପୁଣି 12.45 ରେ କନ୍ଧରାରେ ଥିବା ଭୀମଭୋଇଙ୍କ ଦିବ୍ୟ ଜ୍ୟୋତି ଦର୍ଶନ ଓ ଜ୍ଞାନ ପ୍ରାପ୍ତି ପୀଠକୁ ଯିବେ ମହାମହିମ ।
ଏହାପରେ ପୁଣି ରେଢ଼ାଖୋଲରେ ଥିବା କୁକୁଡ଼ା ବାହାଲିରେ ଥିବା ଭୀମ ଭୋଇଙ୍କ ଆଶ୍ରମକୁ ଯିବାର କାର୍ଯ୍ୟକ୍ରମ ରହିଛି l ଏହାପରେ ରେଢ଼ାଖୋଲ ମିନି ଷ୍ଟାଡିୟମରେ ମହିମା ଧର୍ମାବଲମ୍ବୀ ଲୋକଙ୍କ ସହ ଆଲଚନା କରିବାର କାର୍ଯକ୍ରମ ରହିଛି । ଏହାପରେ କଦଳୀଗଡ ପୁଣି ଆସି ଫେରି ଯିବାର କାର୍ଯକ୍ରମ ରହିଛି ।
ଗତକାଲି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହୋଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରର ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବା ସହ ସ୍ୱର୍ଣ୍ଣ ପଦକ ବିଜେତାଙ୍କୁ ପଦକ ପ୍ରଦାନ କରିଥିଲେ । ଅପରାହ୍ନରେ କଟକରେ ବ୍ରହ୍ମକୁମାରୀ ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ସାମିଲ ହୋଇ ପୁଣି ରାଜଭବନ ଫେରିଥିଲେ ।
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ରେଢାଖୋଲ ଓ କଦଳୀଗଡ଼ରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି । ଅପରାହ୍ନ 5.15 ରେ ଝାରସୁଗୁଡ଼ା ବିମାନ ବନ୍ଦରରୁ ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଛି ।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications