ସମାଜର ଅବହେଳିତ ବର୍ଗଙ୍କୁ ସହଯୋଗ ପ୍ରଦାନ କରିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ ଦେଲେ ରାଷ୍ଟ୍ରପତି
ସାମଗ୍ରୀକ ବିକାଶ, ନବସୃଜନ ଏବଂ ସାମାଜିକ ପରିବର୍ତ୍ତନ ପାଇଁ ବିଶ୍ୱବିଦ୍ୟାଳୟଗୁଡ଼ିକର ସ୍ୱତନ୍ତ୍ର ଦାୟିତ୍ୱ ରହିଛି ବୋଲି ରାଷ୍ଟ୍ରପତି ଦ୍ରୌପଦୀ
ମୁର୍ମୁ କହିଛନ୍ତି। ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ରାଷ୍ଟ୍ରପତି ବ୍ୟାସକବି ଫକୀର ମୋହନ ସେନାପତିଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ମାତୃଭାଷାରେ ଶିକ୍ଷାଦାନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ରାଷ୍ଟ୍ରପତି କହିଛନ୍ତି, ସମର୍ପଣ ହେଉଛି ସଫଳତାର ଚାବିକାଠି।
ଅବହେଳିତଙ୍କୁ ସାହାଯ୍ୟ କରିବାକୁ ରାଷ୍ଟ୍ରପତି ଛାତ୍ରଛାତ୍ରୀମାନଙ୍କୁ ଆହ୍ୱାନ ଦେଇଛନ୍ତି। ରାଷ୍ଟ୍ରପତି ବାଲେଶ୍ୱରରୁ ଫେରି ପୁରୀରେ ପହଞ୍ôଚଛନ୍ତି। ପୁରୀ ଲୋକଭବନରେ ଆଜି ରାତ୍ରିଯାପନ କରିବେ। ଆସନ୍ତାକାଲି ସକାଳେ ଶ୍ୱେତଗଙ୍ଗା ତୀର୍ଥପୁଷ୍କରିଣୀରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି।

ପିଣ୍ଡଦାନ ପାରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିବେ ବୋଲି ଆମ ସମ୍ବାଦଦାତା ଜଣାଇଛନ୍ତି। ରାଷ୍ଟ୍ରପତି ଆସନ୍ତାକାଲି ଭଞ୍ଜବୀର ସୁନାରାମ ସୋରେନ୍ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ତଥା ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ମହୁଲଡିହାସ୍ଥିତ ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀମାନଙ୍କ ସହ ଭାବ ବିନିମୟ କରିବାର କାର୍ଯ୍ୟସୂଚୀ ରହିଛି ।
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ







Click it and Unblock the Notifications