ନବୀନ ନିବାସରେ କଣ ଖାଇଲେ ଦ୍ରୌପଦୀ ମୁର୍ମୁ ?
ଦିଲ୍ଲୀ ଫେରିଯିବା ପୂର୍ବରୁ ଶ୍ରୀମତି ମୁର୍ମୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସକୁ ନିମନ୍ତ୍ରିତ ହୋଇଥିଲେ । ସେଠାରେ ନବୀନଙ୍କ ସହ ମଧ୍ୟାହ୍ନ ଭୋଜନ କରିଥିଲେ ଭାବି ରାଷ୍ଟ୍ରପତି ପ୍ରାର୍ଥୀ ।
ଭୁବନେଶ୍ୱର: ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିଛନ୍ତି । ଦିଲ୍ଲୀ ଫେରିଯିବା ପୂର୍ବରୁ ଶ୍ରୀମତି ମୁର୍ମୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସକୁ ନିମନ୍ତ୍ରିତ ହୋଇଥିଲେ । ସେଠାରେ ନବୀନଙ୍କ ସହ ମଧ୍ୟାହ୍ନ ଭୋଜନ କରିଥିଲେ ଭାବି ରାଷ୍ଟ୍ରପତି ପ୍ରାର୍ଥୀ ।

ତେବେ ମଧ୍ୟାହ୍ନ ଭୋଜନ ପାଇଁ ଭାବି ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରିଥିଲେ ନବୀନ ପଟ୍ଟନାୟକ । ଆଉ ନବୀନଙ୍କ କଥା ରଖି ଦ୍ରୌପଦୀ ମୁର୍ମୁ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଏକାଠି ଭୋଜନ କରିଛନ୍ତି । ତାଙ୍କ ସାଥିରେ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ଓ ବିଜେଡ଼ି ସାଂସଦ ପିନାକୀ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ । ମଧ୍ୟାହ୍ନ ଭୋଜନରେ ଦ୍ରୌପଦୀଙ୍କୁ ପରଷା ଯାଇଥିଲା ନିରାମିଷ ଭେଜନ। ଏଥିରେ ସ୍ବାଦିଷ୍ଠ ଓଡ଼ିଆ ଖାଦ୍ୟ ଥିଲା। ଏହି ସମୟରେ ନବୀନ ନିବାସରେ ପାରିବାରିକ ପରିବେଶ ସୃଷ୍ଟି ହୋଇଥିଲା।
ଏହାପୂର୍ବରୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଧାନସଭାରେ ବିଜେଡି ବିଧାୟକ ଓ ସାଂସଦମାନଙ୍କୁ ଭେଟିଥିଲେ। ବିଧାନସଭାର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିଥିଲେ। ଏଥିରେ ଦ୍ରୌପଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଜେଡିର ସାଂସଦ ଓ ବିଧାୟକମାନଙ୍କୁ ସମର୍ଥନ ଲୋଡ଼ିଥିଲେ ।












Click it and Unblock the Notifications