ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତର ଆଜି ତୃତୀୟ ଦିନ; ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ହେବେ ସାମିଲ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତର ଆଜି ତୃତୀୟ ଦିନ । ଆଜି ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆଜି ଗଞ୍ଜାମ ଓ କଟକ ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି । ଏଥି ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି ।

ଆଜି ପ୍ରଥମେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ରାଷ୍ଟ୍ରପତି ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଏଥିପାଇଁ ଚଳଚଞ୍ଚଳ ହୋଇ ବିଶ୍ବବିଦ୍ୟାଳୟ ପରିସର । ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ଭଞ୍ଜ ବିହାର ସଜେଇ ହେଉଛି । ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ହେବା ପରଠୁ ଏହା ରାଷ୍ଟ୍ରପତିଙ୍କ ପ୍ରଥମ ଗସ୍ତ । ସକାଳ ୧୦ ଟା ୪୫ରେ ବିଶ୍ବବିଦ୍ୟାଳୟର ପରିସରରେ ରହିଥିବା ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପରେ ଓହ୍ଲାଇବେ ରାଷ୍ଟ୍ରପତି । ଆଉ ବିଶ୍ବବିଦ୍ୟାଳୟର ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଆୟୋଜିତ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ।

President Droupadi Murmu

ଏଠାରେ କାର୍ଯ୍ୟକ୍ରମ ଶେଷ ହେବା ପରେ କଟକରେ ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ସାମିଲ ହେବେ । ସନ୍ଧ୍ୟାରେ ରାଜ ଭବନରେ ଓଡିଶା ସରକାରଙ୍କ ଦ୍ବାରା ଆୟୋଜିତ ପିଏମ ଜନମନର ପ୍ରସ୍ତୁତି ଦେଖିବେ ରାଷ୍ଟ୍ରପତି ।

କଟକ ସ୍ଥିତ ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଓଡି଼ଶା ଶାଖା ପକ୍ଷରୁ ଆଜି ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ହେବ । ଏହି ଉତ୍ସବକୁ ରାଷ୍ଟ୍ରପତି ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ତଥା ରାଜ୍ୟ ବାହାରୁ ଶତାଧିକ ଲୋକ ଯୋଗଦେବେ । ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମର ଏହି ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ହେବ ।

ସୂଚନା ଯୋଗ୍ୟ, ବୁଧବାରଠୁ ଓଡ଼ିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମ ଦିନରେ ମୟୂରଭଞ୍ଜ ଗସ୍ତ କରିଥିବା ବେଳେ ଦ୍ୱିତୀୟ ଦିନରେ କେନ୍ଦୁଝରରେ ପହଞ୍ଚିଥିଲେ ରାଷ୍ଟ୍ରପତି । ଆଉ ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବା ପରେ ଭୁବନେଶ୍ୱରରେ ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହୋଇଥିଲେ ମହାମହିମ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+